www.samajalive.in
Tuesday, December 9, 2025
16.1 C
Bhubaneswar

ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲା ପରିବାର

ବାଲେଶ୍ୱର: ବାଲେଶ୍ଵର ସଦର ଥାନା ସଇପୁର ଗାଁ ପାଖ ରାସ୍ତାରୁ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ଶେଖପାଟଣା ଅଞ୍ଚଳର ଚକ୍ରଧର ବାରିକ ବୋଲି ଜଣାପଡିଛି।  ରାସ୍ତାରେ କ୍ଷତାକ୍ତ ମୃତଦେହ ପଡିଥିବା ଲୋକମାନେ ପୁଲିସକୁ ସୂଚନା ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଚକ୍ରଧରଙ୍କୁ କେହି ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ । ପୁଲିସ ପରିବାରଲୋକଙ୍କ ଅଭିଯୋଗକୁ ଆଧାରକରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories