ସ୍ଥାପନହେଲା ବ୍ୟାସକବିଙ୍କର ପୂର୍ଣ୍ଣ ଅବୟବ ପ୍ରତିମୂର୍ତି
ବାଲେଶ୍ୱର: ଓଡ଼ିଆ ଭାଷା ସାହିତ୍ୟର ତ୍ରାଣକର୍ତ୍ତା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ତିରୋଧାନ ଦିବସରେ ତାଙ୍କର ଏକ ବ୍ରୋଞ୍ଜ ନିର୍ମିତ ପୂର୍ଣ୍ଣାବୟବ ପ୍ରତିମୂର୍ତି ବାଲେଶ୍ୱର ସହର କବିତୀର୍ଥ ଶାନ୍ତିକାନନରେ ଶୁକ୍ରବାର ଅନାବରଣ ହୋଇଯାଇଛି। ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆୟୋଜିତ ଉତ୍ସବରେ ରାଜ୍ୟ ଉଚ୍ଚ ଶିକ୍ଷା ଓ ଶିଳ୍ପ ମନ୍ତ୍ରୀ ଅନନ୍ତ ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବା ସହ ବ୍ୟାସକବିଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଥିଲେ। ସମ୍ମାନିତ ଅତିଥି ଭାବେ ବାଲେଶ୍ୱର ଲୋକସଭା ସାଂସଦ ରବୀନ୍ଦ୍ର କୁମାର ଜେନା, ସଦର ବିଧାୟକ ଜୀବନ ପ୍ରଦୀପ ଦାଶ, ପୌରାଧ୍ୟକ୍ଷ ଆଲୋକ କୁମାର ସାହୁ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ବିଜୟ କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ ।