www.samajalive.in
Monday, December 8, 2025
13.1 C
Bhubaneswar

ଦିଲ୍ଲୀ ମ୍ୟାକ୍ସ ହସ୍ପିଟାଲର ଡାକ୍ତରଙ୍କ ସମେତ ୩ କର୍ମଚାରୀ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଦିଲ୍ଲୀର ସାକେତସ୍ଥିତ ମ୍ୟାକ୍ସ ହସ୍ପିଟାଲର ଜଣେ ଡାକ୍ତରଙ୍କ ସମେତ ୩ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହା ପରେ ହସ୍ପିଟାଲର ୩୯ କର୍ମଚାରୀଙ୍କୁ କ୍ବାରେଣ୍ଟାଇନରେ ରଖାଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର, ଜଣେ ନର୍ସ ଏବଂ ଜଣେ ସହଯୋଗୀ କର୍ମଚାରୀ ଅଛନ୍ତି। ଡାକ୍ତର ଜଣକ ବାହାରୁ ସଂକ୍ରମିତ ହୋଇଥିବା ଅନୁମାନ କରାଯାଉଛି। ଏହି ଆକ୍ରାନ୍ତମାନଙ୍କ ସମ୍ପର୍କରେ ଆସିଥିବା ସମସ୍ତ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଆରମ୍ଭ ହୋଇଛି।  ହସ୍ପିଟାଲର କ୍ବାରେଣ୍ଟାଇନ ସେଣ୍ଟରରେ ଥିବା ସମସ୍ତ ୩୯ କର୍ମଚାରୀଙ୍କର କରୋନା ପରୀକ୍ଷା କରାଯିବ। ଏ ନେଇ ମ୍ୟାକ୍ସ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories