www.samajalive.in
Monday, December 15, 2025
16.1 C
Bhubaneswar

ଲକ୍ ଡାଉନ୍ ସମୟରେ ଛାତ୍ରଛାତ୍ରୀଙ୍କ ଘରେ ବହି ପହଞ୍ଚାଇବେ ଶିକ୍ଷକ

ଭୁବନେଶ୍ଵର : ମହାମାରୀ କରୋନା ଭାଇରସ ପାଇଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ମେ ୧୭ ତାରିଖ ଯାଏଁ ବନ୍ଦ ରଖିବାପାଇଁ ନିର୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାରି ମଧ୍ୟରେ ନୂତନ ଶିକ୍ଷାବର୍ଷ ଆରମ୍ଭ ହେଉଥିବାରୁ ପିଲାମାନେ କିପରି ପାଠ ପଢିବେ ସେ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକ ଚିନ୍ତାରେ ରହିଛନ୍ତି । ଲକ୍ ଡାଉନ୍ ପାଇଁ ସରକାରୀ ସ୍କୁଲରେ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପରୀକ୍ଷା ହୋଇ ନପାରିବାରୁ ସରକାର ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ପାସ୍ କରାଇଦେଇଥିଲେ । ପାସ୍ ହେବାପରେ ନୂତନ ଶ୍ରେଣୀଙ୍କୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କ ପାଖରେ ବହି ନଥିବା କାରଣରୁ କେମିତି ପାଠ ପଢିବେ ସେ ନେଇ ଅଭିଭାବକମାନେ ଚିନ୍ତାରେ ରହିଥିଲେ । ଯାହାକୁ ଦୃଷ୍ଟି​‌ରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ଘରେ ବହି ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସୂଚନା ଅନୁସାରେ ଶିକ୍ଷକମାନେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାମାନଙ୍କ ଘରେ ବହି ପହଞ୍ଚାଇବେ  ।

ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି, ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ବହି ବ୍ଲକ ଓ ସ୍କୁଲରେ ପହଞ୍ଚି ଯାଇଛି। ୨୫ ସୁଦ୍ଧା ପିଲାମାନଙ୍କ ପାଖରେ ବହି ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖାଯାଇଛି। ପିଲାମାନେ ବହି ନେବାକୁ ସ୍କୁଲ ଆସିବେନି। ଶିକ୍ଷକମାନେ ସେମାନଙ୍କ ଘରେ ବହି ଦେଇ ଆସିବେ।”

- Advertisement -

ଅନ୍ୟପକ୍ଷରେ କରୋନା ଲକ୍‌ଡାଉନ୍‌ ଯୋଗୁ ଆଜି ପର୍ଯ୍ୟନ୍ତ ମ୍ୟାଟ୍ରିକ୍‌ ଖାତା ଆରମ୍ଭ ହୋଇନାହିଁ। ଯେଉଁଥିପାଇଁ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକମାନେ ଚିନ୍ତାରେ ପଡ଼ି ଯାଇଛନ୍ତି। ଯାହାର ଉତ୍ତର ଦେବାକୁ ଯାଇ ଶ୍ରୀ ଦାଶ କହିଛନ୍ତି, ମେ’ ୩ ତାରିଖ ପରେ ମ୍ୟାଟ୍ରିକ୍‌ ଖାତା ଦେଖା ଆରମ୍ଭ ହେବ।

Hot this week

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

Related Articles

Popular Categories