www.samajalive.in
Thursday, December 11, 2025
18.1 C
Bhubaneswar

ଦେଶରେ ୧୨୭୫୯ ସଂକ୍ରମିତ ଓ ୪୨୦ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୨,୭୫୯ରେ ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୪୨୦ ହୋଇଛି। ସଂକ୍ରମିତଙ୍କ ମଧ୍ୟରୁ ୧୫୧୫ ଜଣ ସୁସ୍ଥ ହୋଇଛନ୍ତି ବୋଲି ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ଅଗ୍ରୱାଲଙ୍କ କହିବା ଅନୁଯାୟୀ ଗତ ୨୪ଘଣ୍ଟା ମଧ୍ୟରେ ୯୪୧ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭ଜଣଙ୍କର ମୃତ୍ୟୁ ହୋଇଛି। ସେ କହିଛନ୍ତି ଯେ ଦେଶର ୩୨୫ଟି ଜିଲାରେ କୌଣସି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି। ଦେଶର କରୋନା ହଟସ୍ପଟ ଭାବେ ପରିଚିତ ହୋଇଥିବା ମୁମ୍ବଇର ସ୍ଥିତିରେ କିଛିଟା ଉନ୍ନତି ଆସିଛି। ଗତ ୧୧ଦିନ ଧରି ସହରରେ ଯେତେ ପରିମାଣର ନୂଆ ସଂକ୍ରମିତ ଚିହ୍ନଟ ହେଉଥିଲେ ଗୁରୁବାର ସେଥିରେ ୩୫% ହ୍ରାସ ଘଟିଛି। ଗୁରୁବାର ମାତ୍ର ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ମହାରାଷ୍ଟ୍ରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦୮୧ ଓ ମୃତ୍ୟୁସଂଖ୍ୟା ୧୮୭ରେ ପହଞ୍ଚିଛି। ତାମିଲନାଡୁରେ ଗୁରୁବାର ୨୫ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୪୨ ହୋଇଛି। ମଧ୍ୟପ୍ରଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦୦୦ ଅତିକ୍ରମ କରି ୧୧୧୫ ହୋଇଛି। କେବଳ ଇନ୍ଦୋର ସହରରେ ୫୮୬ ଓ ଭୋପାଳରେ ୧୬୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଠାରେ ମୃତ୍ୟୁସଂଖ୍ୟା ୫୩ରେ ପହଞ୍ଚିଛି।

ରାଜସ୍ଥାନରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ୧୦୭୬ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ୧୩ ହୋଇଛି। ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୧୫୭୮ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୩୩ ହୋଇଛି। ଦିଲ୍ଲୀରେ ଗୁରୁତର କରୋନା ଆକ୍ରାନ୍ତଙ୍କ ପ୍ଲାଜମା ଚିକିତ୍ସା ଆରମ୍ଭ କରିବାକୁ କେନ୍ଦ୍ର ସରକାର ଅନୁମତି ଦେଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଛନ୍ତି। ଦିଲ୍ଲୀର ଦୁଇଟି ହଟସ୍ପଟ ବସୁନ୍ଧରା ଏନକ୍ଲେଭ ଓ ଖିଚରିପୁରରେ ୨ ସପ୍ତାହ ହେଲା କୌଣସି ନୂଆ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ବୋଲି ଦିଲ୍ଲୀ ସରକାର କହିଛନ୍ତି। ଅଗ୍ରୱାଲଙ୍କ ସୂଚନା ଅନୁଯାୟୀ ଦେଶ ବାହାରେ ରହୁଥିବା ୩୩୩୬ ଭାରତୀୟ କରୋନା ଭୂତାଣୁ ଦ୍ବାରା ସଂକ୍ରମିତ ହୋଇଛନ୍ତି। ୫୩ଟି ଦେଶରେ ସଂକ୍ରମିତ ହୋଇଥିବା ଭାରତୀୟଙ୍କ ମଧ୍ୟରୁ ୨୫ଜଣଙ୍କର ମୃତ୍ୟୁ ହୋଇଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories