www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ନୂଆ ୭ କରୋନା ସଂକ୍ରମିତ ଚିହ୍ନଟ – ମୋଟ ଆକ୍ରାନ୍ତ ୬୮

ସମାଜ ପୋର୍ଟାଲ ଡେସ୍କ: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ଦୁଇ ଦିନ ଧରି ଅପରିବର୍ତ୍ତିତ ରହିଥିବାବେଳେ ଆଜି ଆଉ ୭ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୮ରେ ପହଂଚିଛି। ଗତକାଲି ସୁଦ୍ଧା ମୋଟ୍‍ ୧୦ ହଜାର ୬୪୧ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ୬୮ଟି ନମୁନା ପଜିଟିଭ୍‍ ଆସିଛି। ଏବେ ସକ୍ରିୟ ଭାବେ ୪୩ଜଣଙ୍କୁ ରାଜ୍ୟର ବିଭିନ୍ନ ସ୍ୱତନ୍ତ୍ର କୋଭିଡ୍‍ ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ବେଳେ ୨୪ଜଣଙ୍କୁ ସୁସ୍ଥ ହେବା ପରେ ଡିସ୍‍ଚାର୍ଜ କରାଯାଇଛି। ପୂର୍ବରୁ ଏହି ସଂକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିଲା।

ମିଳିଥିବା ସୂଚନା ଅନୁଯାୟୀ, ଆଜି ଚିହ୍ନଟ ହୋଇଥିବା ୭ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଙ୍ଗ ପାଇଁ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ ବିଭିନ୍ନ ଦଳରେ ଭାଗ କରାଯାଇ ପଠାଯାଇଛି। ସମ୍ପୃକ୍ତ ୭ ନୂଆ ସଂକ୍ରମିତଙ୍କ ନିକଟ ସଂପର୍କିୟମାନଙ୍କୁ କ୍ୱାରେଣ୍ଟାଇନରେ ରଖାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories