www.samajalive.in
Sunday, December 7, 2025
16.1 C
Bhubaneswar

ଭାରତରେ ୧୮ ହଜାର ୬୦୧ କରୋନା ଆକ୍ରାନ୍ତ, ୫୯୦ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳ ୮ଟା ସୁଦ୍ଧା ଦେଶରେ ୧୮ ହଜାର ୬୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବସାଇଟ୍‌ରେ ଦର୍ଶାଯାଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୩୨୫୧ ଜଣ ସୁସ୍ଥ ହୋଇଥିବାବେଳେ ୫୯୦ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ୧୪ ହଜାର ୭୫୯ ଜଣ ଚିକିତ୍ସାଧୀନ ରହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୩୩୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟା ସୁଦ୍ଧା ରାଜସ୍ଥାନରେ ୫୨, ମହାରାଷ୍ଟ୍ରର ନାଗପୁରରେ ୭ ଏବଂ ପଞ୍ଜାବର ପଟିୟାଲାରେ ୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପିର ଓଡ଼ିଶାରେ ମଙ୍ଗଳବାର ସକାଳେ ୫ ନୂଆ ଆକ୍ରାନ୍ତ ଠାବ ହୋଇଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories