www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ୪୪ ନମ୍ବର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ୪୪ ନମ୍ବର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେ ପଶ୍ଚିମବଙ୍ଗର ମେଦିନପୁରରୁ ଆସି ଭୁବନେଶ୍ବରରେ ଚିକିତ୍ସିତ ହେଉଥିଲେ। ପ୍ରଥମେ ତାଙ୍କ ରକ୍ତ ନମୂନାରେ କରୋନା ପଜିଟିଭ ଆସିଥିଲା। ପରେ ଦୁଇଥର ତାଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ଏହି ରିପୋର୍ଟରେ ତାଙ୍କର କରୋନା ନେଗେଟିଭ ଆସିଥିଲା। ହେଲେ ସେ ଅନ୍ୟରୋଗରେ ପୀଡିତ ଥିବାରୁ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କର ମୃତ୍ୟୁ ମଲଟି ଅର୍ଗାନ ଓ ହାଇପୋପିଟ୍ୟୁରିଜମ ଯୋଗୁ ଘଟିଛି ବୋଲି ରାଜ୍ୟ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଥିଲା ।

- Advertisement -

ପରେ ରାଜ୍ୟ ସରକାରଙ୍କ କୋଭାଡ଼-୧୯ ମୁଖପାତ୍ର ସୁବ୍ରତ ବାଗଚୀ କହିଛନ୍ତି ଯେ,  କ୍ୟାନସରରେ ପୀଡ଼ିତ ଏହି ରୋଗୀଙ୍କର ଅସ୍ତ୍ରୋପଚାର କରାଯାଇଥିଲା।  ଏହି ରୋଗୀଙ୍କର ମୃତ୍ୟୁ କ୍ୟାନସରରେ ହୋଇଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧ରେ ସୀମିତ ରହିଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories