www.samajalive.in
Monday, December 8, 2025
27.1 C
Bhubaneswar

ସାବଧାନ! ଆଗାମୀ ୪ ଦିନ ବିଭିନ୍ନ ଜିଲାରେ ଝଡ଼ତୋଫାନ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର (ବ୍ୟୁରୋ): ମଧ୍ୟପ୍ରଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ଓଡ଼ିଶା ଉପରେ ଥିବା ଟ୍ରଫଲାଇନ ପ୍ରଭାବରେ ପାଗରେ ପରିବର୍ତ୍ତନ ଦେଖାଦେଇଛି। ଗତ ଦୁଇ ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାତି କମିଛି। ଆଜି କେବଳ ମାଲକାନଗିରି ତାପମାତ୍ରା ୪୧.୨ଡ଼ିଗ୍ରୀ ସେଲସିୟସ ରହିଛି। ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪୦ଡ଼ିଗ୍ରୀ ତଳେ ରହିଛି। ତେବେ ଆସନ୍ତା ୪ଦିନ ଧରି ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। କିଛି ଜିଲାରେ କୁଆପଥର ବୃଷ୍ଟି ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଏଥିପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।
ଆସନ୍ତାକାଲି କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମରେ ୪୦ରୁ ୫୦କିମି ବେଗରେ ପବନ ବହିବା ସହିତ ବଜ୍ରପାତର ସମ୍ଭାବନା ରହିଛି। ଏହି ସମୟରେ ଅନୁଗୋଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ। ଏସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହିତ ବର୍ଷା ହୋଇପାରେ।
୨୫ତାରିଖରେ ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ଗଜପତି, ଗଞ୍ଜାମ ଓ କଟକରେ ୩୦ରୁ ୪୦କିମି ବେଗରେ ପବନ, ବଜ୍ରପାତ ସହିତ ବର୍ଷା ହେବ। ଏହି ସମୟରେ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହିତ ବର୍ଷାର ସମ୍ଭାବନା ରହିଛି।
୨୬ତାରିଖରେ ୯ଟି ଜିଲାରେ ପ୍ରବଳ ଝଡ଼ ସହିତ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବାବେଳେ ୨୭ରେ ୭ଟି ଜିଲାରେ ଏଭଳି ପାଗ ଲାଗିରହିବ। ଆସନ୍ତା ୪ଦିନ ଧରି ଝଡ଼ବର୍ଷା, ବଜ୍ରପାତର ସୂଚନା ଥିବାବେଳେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories