www.samajalive.in
Tuesday, December 9, 2025
15.1 C
Bhubaneswar

ଶୁକ୍ରବାର ରାଶିଫଳ (୨୪/୦୪/୨୦୨୦)

ମେଷ: ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ ସୂତ୍ରରୁ ଲାଭବାନ୍‍ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ମହତ ହେବ।

ବୃଷ: ଶୁଭ କାର୍ଯ୍ୟରେ ଅଧିକ ବ୍ୟୟ କରି ପାରନ୍ତି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହୋଇପାରନ୍ତି। କେତେକ କ୍ଷେତ୍ରରେ ନିରାଶ ହେବେ। କୁସଙ୍ଗ ପରିତ୍ୟାଗ କରିପାରନ୍ତି। ଧାର୍ମିକ ହେବେ। ପ୍ରତ୍ୟେକ କାର୍ଯ୍ୟ ଆଗୁଆ ଶେଷ କରିବେ।

ମିଥୁନ: ସୁସମ୍ବାଦ ପାଇ ଆଶ୍ୱସ୍ତ ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସରକାରଙ୍କ କୃପା ପାତ୍ର ହେବେ। ସ୍ୱେଚ୍ଛାସେବୀ ଭାବେ ନିଜର ପରିଚୟ ସୃଷ୍ଟି କରିବେ।

କର୍କଟ: ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ପାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦେବ, ଗୁରୁଭକ୍ତ ହେବେ।

ସିଂହ: ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିବାରେ ସକ୍ଷମ ହେବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ପ୍ରତିଯୋଗିତାରେ ବିଜୟୀ ହେବେ। ଆନନ୍ଦ, ଉତ୍ସବରେ ମଜ୍ଜି ରହିବେ।

କନ୍ୟା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଯଥା ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ଯାତ୍ରା କାର୍ଯ୍ୟକ୍ରମକୁ ସ୍ଥଗିତ ରଖିବେ। ସ୍ୱାଭିମାନୀ ହେବେ। ଅତିଥି, ଗୁରୁ ଓ ଦେବପୂଜା ନିରତ ହେବେ। ଶୁଭକାର୍ଯ୍ୟରେ ଧନବ୍ୟୟ କରିବେ। ଅର୍ଜିତ ଧନ ଭୋଗ କରିବେ।

ତୁଳା: ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ପ୍ରୀତି ଭୋଜନ ପାଇ ଆନନ୍ଦ ଉପଭୋଗ କରିବେ।

ବିଛା: ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରିବେ। ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ଧନୁ: ବାଧା-ବିଘ୍ନ ଏଡ଼ାଇ ଆଗକୁ ବଢ଼ି ପାରନ୍ତି। ପଢ଼ା-ପଢ଼ିରେ ମନୋନିବେଶ କରିବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଉତ୍‍ଫୁଲ୍ଲିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।

ମକର: କିଛି ଦ୍ରବ୍ୟ ନଷ୍ଟ ହେବାର ସୂଚନା ମିଳୁଛି। ଶ୍ରମର ମୂଲ୍ୟାଙ୍କନ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି। ଉଦାର ସ୍ୱଭାବର ହେବେ। କୃଷିକର୍ମ ଉପରେ ଗୁରୁତ୍ୱ ଦେଇପାରନ୍ତି।

କୁମ୍ଭ: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦିଅଁ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତିର ମାତ୍ରା କମିବ। ସରକାରୀ ସ୍ତରରୁ ଲାଭ ମିଳିବ।

ମୀନ: ଆଳସ୍ୟ ଅନୁଭବ କରିପାରନ୍ତି। କୌଣସି କାରଣରୁ ମନ ବିଷାଦିତ ହୋଇପାରେ। ଜିତେନ୍ଦ୍ରିୟ ହେବେ। ଦୟାଳୁ ସ୍ୱଭାବର ହେବେ। ତ୍ୟାଗପୂତ ଓ ହେବେ। ନୀତିନିଷ୍ଠ ହେବା ଆଶା କରାଯାଏ। ଧନାଗମ ହେବ। ଯାନବାହନ ସୁଖ ମିଳିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories