www.samajalive.in
Sunday, December 14, 2025
16.1 C
Bhubaneswar

ଜଳିଗଲା ଗୋଦାମ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭୁବନେଶ୍ୱର : ରସୁଲଗଡ଼ସ୍ଥିତ ଏକ ଗୋଦାମରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟିଛି । ଏହି ଗୋଦାମରେ ଥିବା ବିସ୍କୁଟ ଓ କିଛି ଗ୍ରୋସରୀ ସାମଗ୍ରୀ ଜଳିଯାଇଛି। ଗୋଦାମରେ ଥିବା ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। କଳ୍ପନା ଅଗ୍ନିଶମ ବିଭାଗର ଗୋଟିଏ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନଥିବା ବେଳେ ସଟ୍‌ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥାଇ ପାରେ ବୋଲି ସନ୍ଦେହ କରାଯାଇଛି। ତଦନ୍ତ ପରେ ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଅଗ୍ନିଶମ ଅଧିକାରୀ ସୂଚନା ଦେଇଛନ୍ତି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପ୍ରଥମେ ଉପସ୍ଥିତ ଲୋକେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇନଥିଲା। ପରେ କଳ୍ପନା ଅଗ୍ନିଶମ କାର୍ଯ୍ୟାଳୟକୁ ଖବର ଦିଆଯାଇଥିଲା। ଅଗ୍ନିଶମ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories