www.samajalive.in
Sunday, December 7, 2025
26.1 C
Bhubaneswar

ସମୁଦ୍ରରେ ଓଲଟିଲା ଡଙ୍ଗା: ଜଣେ ମତ୍ସ୍ୟଜୀବୀ ମୃତ, ବର୍ତ୍ତିଲେ ୪

ଛତ୍ରପୁର: ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟାରେ ସମୁଦ୍ର ଭିତରେ ଡ଼ଙ୍ଗା ଓଲଟି ପଡ଼ିବାରୁ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଛି।ଅନ୍ୟ ୪ ମତ୍ସ୍ୟଜୀବୀ ପହଁରି ପହଁରି କୂଳକୁ ଫେରିଆସିଛନ୍ତି। ମୃତ ମତ୍ସ୍ୟଜୀବୀ ହେଲେ ପଡୋମପେଟା ଗ୍ରାମର ସି. ଏଚ. ଦାନେୟା। ସୂଚନା ମୁତାବକ, ଶୁକ୍ରବାର ରାତିରେ ପଡ଼ୋମପେଟା ଗ୍ରାମର ୫ ମତ୍ସ୍ୟଜୀବୀ ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ବେଳେ ହଠାତ ବର୍ଷା ପବନ ମାଡ଼ିଆସିଥିଲା। ଫଳରେ ଡଙ୍ଗାଟି ଭାରସାମ୍ୟ ହରାଇ ସମୂଦ୍ର ମଝିରେ ଓଲଟି ପଡ଼ିଥିଲା। ୪ ଜଣ ମତ୍ସ୍ୟଜୀବୀ ପହଁରି ପହଁରି ପଳାଇ ଆସିଥିବାବେଳେ ଦାନେୟା ନିଖୋଜ ହୋଇଯାଇଥିଲେ। ସ୍ଥାନୀୟ ଗ୍ରାମବାସୀ ଅନ୍ୟ ଡଙ୍ଗା ସାହାଯ୍ୟରେ ଉଦ୍ଧାର କାର୍ଯ୍ୟରେ ଲାଗି ପଡ଼ିଥିଲେ। ଶନିବାର ସକାଳେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ନନ୍ଦଳା ଗ୍ରାମ ନିକଟ ସମୁଦ୍ରକୂଳରୁ ଦାନେୟାଙ୍କ ମୃତଦେହ ମିଳିଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories