www.samajalive.in
Sunday, December 7, 2025
23.1 C
Bhubaneswar

ପୁଲୱାମାରେ ଏନକାଉଣ୍ଟର: ୨ ଆତଙ୍କୀ ଓ ଜଣେ ସହଯୋଗୀ ନିପାତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲାରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଶନିବାର ଗୁଳିବିନିମୟ ଘଟିଛି। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବାବେଳେ ସେମାନଙ୍କର ଜଣେ ସହଯୋଗୀର ମୃତ୍ୟୁ ଘଟିଛି। ଜଣେ ପୁଲିସ ଅଧିକାରୀଙ୍କ ସୂଚନା ଅନୁସାରେ, ଦକ୍ଷିଣ କାଶ୍ମୀରର ଅବନ୍ତୀପୁରା ଅନ୍ତର୍ଗତ ଗୋରୀପୁରା ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହା ପରେ ଶନିବାର ଭୋର ସମୟରେ ପୁଲିସ ଏବଂ ଯବାନଙ୍କ ଏକ ମିଳିତ ଟିମ୍‌ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ଉକ୍ତ ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ସିଲ୍‌ କରିଦେଇଥିଲେ।

ଚାରିପଟୁ ଘେରି ହୋଇଯାଇଥିବା ଦେଖି ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଦେଇଥିଲେ। ଏହା ପରେ ସୁରକ୍ଷା କର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଗୁଳିବିନିମୟରେ ୨ ଆତଙ୍କୀ ଓ ଜଣେ ସହଯୋଗୀ ନିପାତ ହୋଇଥିବାବେଳେ ସେହି ଅଞ୍ଚଳରେ ଆଉ କିଛି ଆତଙ୍କୀ ଲୁଚି ରହିଥିବା ସନ୍ଦେହରେ ପୁଲିସ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଥିବା ସୂଚନା ମିଳିଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories