www.samajalive.in
Sunday, December 7, 2025
23.1 C
Bhubaneswar

ବାଲେଶ୍ଵରରୁ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୧୦୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ସମାଜ ପୋର୍ଟାଲ ଡେସ୍କ : ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆଜି ସକାଳେ ଚିହ୍ନଟ ହୋଇଥିବା ସମସ୍ତ ୫ କରୋନା ଆକ୍ରାନ୍ତ ବାଲେଶ୍ଵର ଜିଲାର ହୋଇଥିବା ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଏଥି ସହିତ ବାଲେଶ୍ୱର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଥିବା ବେଳେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି । ତେବେ ଆଜି ଚିହ୍ନଟ ହୋଇଥିବା ୫ ଜଣଙ୍କର ଟ୍ରାଭେଲ୍ ହିଷ୍ଟ୍ରି କ’ଣ ରହିଛି ତାହା ଏବେ ସୁଦ୍ଧା ଜଣାପଡ଼ି ନାହିଁ । ଆଜି ଚିହ୍ନଟ ହୋଇଥିବା ୫ ଜଣଙ୍କ ମଧ୍ୟରେ ୪ ଜଣ ମହିଳା ଥିବା ବେଳେ ଜଣେ ପୁରୁଷ ରହିଛନ୍ତି । ଏମାନଙ୍କ ମଧ୍ୟରେ ଜଣେ ୨୭ ବର୍ଷର ପୁରୁଷ ଥିବା ବେଳେ ୪ ଜଣ ମହିଳାଙ୍କ ବୟସ ୫୫,୨୨,୨୩ ଓ ୨୯ ରହିଛି । ନୂଆ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପ୍ରକିୟା ଆରମ୍ଭ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ ପକ୍ଷରୁ ଏହି ସୂଚନା ମିଳିଛି ।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୩୫ ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଏବେବି ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ୭୨ ଜଣ କରୋନା ସଂକ୍ରମିତଙ୍କ ଚିକିତ୍ସା ଜାରି ରହିଛି ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories