www.samajalive.in
Sunday, December 14, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ- କହିଲେ ଲକଡାଉନରୁ ସୁଫଳ ମିଳୁଛି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଭିଡିଓ କନଫରେନ୍ସିଂ ଜରିଆରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଛନ୍ତି। କରୋନା ଭୂତାଣୁକୁ ନେଇ ଦେଶ ଏବଂ ରାଜ୍ୟଗୁଡ଼ିକରେ ସୃଷ୍ଟି ହୋଇଥିବା ସ୍ଥିତି, ଲକଡାଉନ ଏବଂ କରୋନା ମୁକାବିଲା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଏହି ଅବସରରେ ଅଧିକାଂଶ ରାଜ୍ୟ ଲକଡାଉନ ଅବଧି ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଆଲୋଚନା କାଳରେ କହିଥିଲେ ସମସ୍ତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ସାମୁହିକ ପ୍ରୟାସର ଲାଭ ଦେଖିବାକୁ ମିଳୁଛି। ଲକଡାଉନ ଯୋଗୁ ଆମକୁ ସୁଫଳ ମିଳୁଛି। ଅନ୍ୟ ଦେଶଗୁଡ଼ିକ ତୁଳନାରେ ଭାରତ ଭଲ ସ୍ଥିତିରେ ରହିଛି ବୋଲି ମୋଦୀ କହିଥିଲେ।

ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଲକଡାଉନ ଲାଗୁ ହେବା ପରେ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କର ଏହା ୪ର୍ଥ ଆଲୋଚନା ଥିଲା। ବୈଠକରେ ମେଘାଳୟ, ମିଜୋରମ, ପୁଡୁଚେରୀ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ, ଓଡ଼ିଶା, ବିହାର, ଗୁଜରାଟ ଏବଂ ହରିୟାଣା ମୁଖ୍ୟମନ୍ତ୍ରୀମାନେ ନିଜ ରାଜ୍ୟର ସ୍ଥିତି ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କୁ ନିଜର ପରାମର୍ଶ ଲିଖିତ ଆକାରରେ ଦେବାକୁ କୁହାଯାଇଥିଲା। ମେଘାଳୟ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟ ମେ ୩ ତାରିଖ ପରେ ଲକଡାଉନ ଜାରି ରଖିବାକୁ ଚାହୁଁଛି। ଏଥିରେ ଆନ୍ତଃରାଜ୍ୟ ଏବଂ ଆନ୍ତଃଜିଲା ଗତିବିଧି ଉପରେ ପ୍ରତିବନ୍ଧକ ଜାରି ରହିବ। ମିଜୋରମ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ର ସରକାର ଯେଉଁ ନିଷ୍ପତ୍ତି ନେବ ତାହାକୁ ରାଜ୍ୟ ସ୍ବୀକାର କରିବ। ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ ରାଜ୍ୟର କରୋନା ଯୋଦ୍ଧାଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ଉପକରଣ ଏବଂ ଅନ୍ୟ ଚିକିତ୍ସା ପ୍ରଦାନ କରିବା ପାଇଁ କେନ୍ଦ୍ରର ହସ୍ତକ୍ଷେପ ଲୋଡ଼ିଥିଲେ। ୩ ତାରିଖରେ ଲକଡାଉନ ଶେଷ ହେବା ପରେ ରାଜ୍ୟରେ ଉଦ୍ୟୋଗଗୁଡ଼ିକୁ କାର୍ଯ୍ୟକ୍ଷମ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ ଏବଂ କରୋନା ସହିତ ଲଢ଼ିବା ପାଇଁ କେନ୍ଦ୍ରକୁ ଆର୍ଥିକ ସହାୟତା ମାଗିଥିଲେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories