www.samajalive.in
Sunday, December 7, 2025
23.1 C
Bhubaneswar

ନୂଆପଡ଼ାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ୍‌ ହସ୍‌ପିଟାଲ୍

ଭୁବନେଶ୍ବର: କୋଭିଡ୍‌-୧୯ ଚିକିତ୍ସା ସେବାକୁ ରାଜ୍ୟର ସବୁ ଜିଲ୍ଲାକୁ ସଂପ୍ରସାରିତ କରିବା ଉଦ୍ଦେଶ୍ୟରେ ନୂଆପଡ଼ା ଜିଲ୍ଲାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର କୋଭିଡ୍‌ ହସ୍‌ପିଟାଲ୍‌ କାର୍ଯ୍ୟକ୍ଷମ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ସ୍ୱତନ୍ତ୍ର କୋଭିଡ୍‌ ହସ୍‌ପିଟାଲ୍‌ ସଂଖ୍ୟା ୩୪ ହେବା ସହ ସମୁଦାୟ ଶଯ୍ୟା ସଂଖ୍ୟା ୫୬୭୬କୁ ବୃଦ୍ଧିପାଇଛି।
ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ପ୍ରବାସୀ ଓଡ଼ିଆମାନଙ୍କୁ କ୍ୱରାଣ୍ଟାଇନ୍‌ରେ ରଖିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏ ପର୍ଯ୍ୟନ୍ତ ୨ ଲକ୍ଷ ୨୭ ହଜାର ଶଯ୍ୟା ସମ୍ବଳିତ ୭୧୦୨ଟି ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ କରାଯାଇଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories