www.samajalive.in
Saturday, December 6, 2025
19.1 C
Bhubaneswar

ପାଣିପାଗ ବିଭାଗ ଜାରିକଲା ସତର୍କ ସୂଚନା: ଉପକୂଳକୁ ବଜ୍ରପାତ ଭୟ, ଆଭ୍ୟନ୍ତରୀଣ ଓଡ଼ିଶାରେ କୁଆପଥର ମାଡ଼

ଭୁବନେଶ୍ବର (ବ୍ୟୁରୋ): ରାଜ୍ୟର ଅଧେରୁ ଅଧିକ ଜିଲା ପାଇଁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୩୦ ଜିଲା ମଧ୍ୟରୁ ୧୭ ଜିଲାକୁ ବିପଦ ରହିଛି । ଉପକୂଳ ଓଡ଼ିଶାରେ ବଜ୍ରପାତ ଭୟ ଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ କୁଆପଥର ମାଡ଼ ଓ କାଳ ବୈଶାଖୀ ଭୟ ରହିଛି । ଏଥିପାଇଁ ପାଣିପାଗ ବିଭାଗ ‘ୟେଲୋ ୱାଣ୍ଣିଂ’ ଜାରି କରାଯାଇଛି ।

 

- Advertisement -

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ କରି ଦିଆଯାଇଥିବା ସୂଚନା ଅନୁସାରେ ଉପକୂଳ ଓଡ଼ିଶାର ବାଲେଶ୍ବର, ଭଦ୍ରକ, ପୁରୀ, ଜଗତସିଂହପୁର, କଟକ, ଖୋର୍ଧା, କେନ୍ଦ୍ରାପଡ଼ା, ଯାଜପୁର, କଟକ ଆଦି ଦିଲାରେ ଘଡ଼ଘଡ଼ି ସହ ବଜ୍ରପାତ ଆଶଙ୍କା ରହିଛି । ସେହିପରି ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ବି ଅନୁରୂପ ବର୍ଷା ଓ ବଜ୍ରପାତ ହୋଇପାରେ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ବିପଦ ଆଶଙ୍କା କରିଛି ପାଣିପାଗ ବିଭାଗ । ଅପରପକ୍ଷରେ  କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ କନ୍ଧମାଳ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାର କରିଛି ପାଣିପାଗ ବିଭାଗ ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories