ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୭ରୁ ଅପ୍ରେଲ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୪୯ଟି ମାମଲା ଦାୟର କରାଯାଇଛି। ସେଥିରୁ ୪୪ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୧ଟି ଗୁଜବ ପ୍ରଚାର ପାଇଁ ଏବଂ ୪ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୪୯ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗ୍ଚୀ କହିଛନ୍ତି।
Popular Categories



