www.samajalive.in
Sunday, December 7, 2025
16.1 C
Bhubaneswar

କରୋନା ଯୋଦ୍ଧାଙ୍କୁ ୫୦ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, କୋଭିଡ୍‌-୧୯ ନିୟନ୍ତ୍ରଣ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ପୋଲିସ, ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ ଓ ଅନ୍ୟ କର୍ମଚାରୀ ହେଉଛନ୍ତି କୋଭିଡ୍‌ ଯୋଦ୍ଧା । ସେମାନଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ବିଷୟ ଘୋଷଣା କରାଯାଇଛି। ସଂପୃକ୍ତ କର୍ମଚାରୀଙ୍କ ମଧ୍ୟରେ ଏ ବାବଦରେ ସଚେତନତା ସୃଷ୍ଟି କରିବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।
ଆଗାମୀ ଦିନରେ ରାଜ୍ୟ ବାହାରୁ ଅନେକ ଶ୍ରମିକ ଫେରିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଶୀଘ୍ର ଅଧିକ ସଂଖ୍ୟକ ନମୁନା ପରୀକ୍ଷଣ ପାଇଁ ଆଇସିଏମ୍‌ଆର୍‌ ସ୍ୱୀକୃତିପ୍ରାପ୍ତ ଘରୋଇ ପରୀକ୍ଷାଗାର ବ୍ୟବହାର କରିବା ସହିତ ପରୀକ୍ଷଣ ସଂଖ୍ୟାକୁ ଦୈନିକ ୧୫ ହଜାରକୁ ବୃଦ୍ଧି କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories