www.samajalive.in
Sunday, December 7, 2025
26.1 C
Bhubaneswar

କରୋନାରେ ମୃତ୍ୟୁ ଘଟିଲେ ବନ୍ଦର କର୍ମଚାରୀ ଓ ଶ୍ରମିକଙ୍କୁ ମିଳିବ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ 

ସମାଜ ପୋର୍ଟାଲ ଡେସ୍କ: କରୋନା ସଂକ୍ରମଣରେ କୌଣସି ବନ୍ଦର କର୍ମଚାରୀ ଓ ଶ୍ରମିକଙ୍କର ମୃତ୍ୟୁ ଘଟିଲେ ସେମାନଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତି ପୂରଣ ପ୍ରଦାନ କରାଯିବ। ଜାହାଜ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏହା ଘୋଷଣା କରାଯାଇଛି। ଦେଶର ସବୁ ପ୍ରମୁଖ ବନ୍ଦରର କର୍ମଚାରୀ ଓ ଶ୍ରମିକଙ୍କ ସହିତ ଏହି କ୍ଷତି ପୂରଣ ସୁବିଧା ଠିକା ଓ ଚୁକ୍ତି ଭିତ୍ତିକ ଶ୍ରମିକ/କର୍ମଚାରୀଙ୍କୁ ମଧ୍ୟ ମିଳିବ। ମୃତ ବ୍ୟକ୍ତିଙ୍କ ପରିବାରର ଉତ୍ତରାଧିକାରୀ ବା ତାଙ୍କ ଉପରେ ନିର୍ଭରଶୀଳ ବ୍ୟକ୍ତି ବିଶେଷଙ୍କ ଉପଯୁକ୍ତ ଦାବିଦାର ଏହି ଅର୍ଥ ପାଇବେ।

କରୋନା ମହାମାରୀ ସମୟରେ ବନ୍ଦର କର୍ମଚାରୀ ଓ ଶ୍ରମିକମାନେ ବିପଦକୁ ଖାତିର ନ’କରି ନିଜର କର୍ତ୍ତବ୍ୟ ସଂପାଦନ କରୁଛନ୍ତି। ସେମାନଙ୍କର ସଂକ୍ରମିତ ହେବାର ସମ୍ଭାବନା ଥିବାରୁ ଏହି କ୍ଷତି ପୂରଣ/ଅନୁକମ୍ପାମୂଳକ ଅର୍ଥ ପ୍ରଦାନର ବ୍ୟବସ୍ଥା କରାଯାଇଛି। କୌଣସି କର୍ମଚାରୀ ଶ୍ରମିକ ଯଦି କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାନ୍ତି ତାଙ୍କ ପରିବାର ବା ଉତ୍ତରାଧିକାରୀଙ୍କୁ ଏହି କ୍ଷତି ପୂରଣ ଅର୍ଥ ପ୍ରଦାନ ପାଇଁ ସଂପୃକ୍ତ ରିପୋର୍ଟ ମିଳିବା ପରେ କ୍ଷତି ପୂରଣ ବାବଦ ଦାବିକୁ ବିଚାର କରି ଉପଯୁକ୍ତ ଉତ୍ତରାଧିକାରୀଙ୍କୁ ତାହା ପ୍ରଦାନ କରିବେ।  ଏହି କ୍ଷତିପୂରଣ ବ୍ୟବସ୍ଥା କରୋନା ମହାମାରୀ ପାଇଁ ଉଦ୍ଦିଷ୍ଟ ଓ ଏହା ଚଳିତ ବର୍ଷ ସେପ୍ଟେମ୍ବର ୩୦ ତାରିଖ ପର୍ୟ୍ୟନ୍ତ ବଳବତ୍ତର ରହିବ। ଏହାପରେ ସଂପୃକ୍ତ ବ୍ୟବସ୍ଥାର ସମୀକ୍ଷା କରାଯିବ ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories