www.samajalive.in
Friday, December 5, 2025
26.1 C
Bhubaneswar

୫ ଯାଏ କାଳବୈଶାଖୀ ବର୍ଷା

ଭୁବନେଶ୍ବର: ଶୁକ୍ରବାର ରାଜ୍ୟର ୧୦ରୁ ଅଧିକ ଜିଲାରେ କାଳବୈଶାଖୀ ସମ୍ଭାବନା ଅଛି। ଘଡ଼ଘଡ଼ି ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଏଥିଯୋଗୁଁ ଭାରତୀୟ ମୂଳ ଭୂଖଣ୍ଡରେବାତ୍ୟା ହେବାର ଆଶଙ୍କା କମ ରହିଛି। ବିଶେଷକରି ଓଡ଼ିଶା, ଆନ୍ଧ୍ର ପ୍ରଭୃତି ରାଜ୍ୟରେ ବାତ୍ୟା ଆଶଙ୍କା ନାହିଁ।

ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହସ୍ତଗତ ସୂଚନା ଅନୁସାରେ ଆସନ୍ତାକାଲି ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, ଦେବଗଡ଼, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧା ଜିଲାରେ ପବନ ସହ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ତାରିଖ ପର୍ଯ୍ୟନ୍ତ ଅନୁରୂପ ପାଗ ଲାଗି ରହିବ। ଆସନ୍ତା ୪/୫ ଦିନ ପର୍ଯ୍ୟନ୍ତ ଦିନବେଳା ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଉପକୂଳବର୍ତ୍ତୀ ଜିଲାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଆଜି ମାଲକାନଗିରି ଓ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ବଲାଙ୍ଗୀରରେ ୩୯.୫, ଚାଳଚେରରେ ୩୯.୧, ଭବାନୀପାଟଣାରେ ୩୮.୫, ବୌଦ୍ଧରେ ୩୭.୮, ସୋନପୁରରେ ୩୭.୪, କଟକରେ ୩୫, ଦାରିଙ୍ଗୀବାଡ଼ିରେ ୩୩, ବାଲେଶ୍ବରରେ ୩୧.୪ ଡିଗ୍ରୀ ରେକର୍ଡ କରାଯାଇଛି।

- Advertisement -

 

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories