www.samajalive.in
Sunday, December 7, 2025
23.1 C
Bhubaneswar

ସ୍ବତନ୍ତ୍ର ଟ୍ରେନରେ ଓଡିଶା ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଯାତ୍ରା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ସମାଜ ପୋର୍ଟାଲ ଡେସ୍କ : ମହାମାରୀ କରୋନା ପାଇଁ ସମସଗ୍ର ଦେଶ ଲକ୍ ଡାଉନ ହୋଇ ରହିଛି । ଏହାରି ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ହଜାର ହଜାର ପ୍ରବାସୀ ଶ୍ରମିକ ଫଶି ରହିଛନ୍ତି । ପ୍ରବାସୀ ଶ୍ରମିକମାନଙ୍କକୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସମସ୍ତ ରାଜ୍ୟ ପ୍ରୟାସ କରୁଛନ୍ତି । ଓଡିଶାର ବହୁ ଶ୍ରମିକ ମଧ୍ୟ ଅନ୍ୟ ରାଜ୍ୟରେ ଫଶି ରହିଛନ୍ତି । ଅନ୍ୟ ରାଜ୍ୟରେ ଫଶି ରହିଥିବା ଶ୍ରମିକ ମାନଙ୍କୁ ଓଡିଶା ଫେରାଇ ଆଣିବାକୁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ ଗତକାଲି ଭାରତୀୟ ରେଳବାଇ ପକ୍ଷରୁ ଶ୍ରମିକ ସ୍ପେଶାଲ ଟ୍ରେନର ବ୍ୟବସ୍ଥା କରାଯାଇଛି ।

ଶ୍ରମିକଙ୍କ ପାଇଁ ରେଳବାଇ ଚଳାଇଥିବା ସ୍ୱତନ୍ତ୍ର ଟ୍ରେନରେ ଟିକେଟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ଜଣାପଡିଛି  । ସାରା ଦେଶରେ କରୋନା ଲକ ଡାଉନ ଫଳରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ପ୍ରକ୍ରିୟା ଆରମ୍ଭ କରାଯାଇଛି ।ତେବେ ବସରେ ଫେରୁଥିବା ଶ୍ରମିକ କିମ୍ବା ଛାତ୍ରଛାତ୍ରୀ ନିଜ ଖର୍ଚ୍ଚରେ ବସ ଭଡା କରି ଫେରୁଛନ୍ତି । କିନ୍ତୁ ଟ୍ରେନ ଯୋଗେ ଆସୁଥିବା ଶ୍ରମିକଙ୍କ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଏ ସଂପର୍କରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ବିଧିବଦ୍ଧ ନିର୍ଦ୍ଦେଶନାମା ଜାରି କରିଥିବା ଜଣାପଡିଛି ।

- Advertisement -

ଶ୍ରମିକମାନଙ୍କ ପାଇଁ ଚାଲୁଥିବା ଏହି ସ୍ପେଶାଲ ଟ୍ରେନରେ ପ୍ରତ୍ୟେକ ଶ୍ରମିକ ପିଛା ସ୍ଲିପର କ୍ଲାସ ଟିକେଟ ଭଡା ସହିତ ମିଲ ପାଇଁ ୩୦ ଟଙ୍କା ଓ ପାଣି ପାଇଁ ୨୦ ଟଙ୍କା ଲେଖାଏଁ ରେଳବାଇ ଚାର୍ଜ କରିବ ବୋଲି ଜଣାପଡିଛି । ଏହି ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories