www.samajalive.in
Saturday, December 6, 2025
19.1 C
Bhubaneswar

ଯାଜପୁରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ ସଂକ୍ରମିତ ସଂଖ୍ୟା ୧୫୬କୁ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟରେ ଶନିବାର ଅପରାହ୍ନରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ଯାଜପୁର ଜିଲାର ବୋଲି ସୂଚନା ମିଳିଛି। ଉଭୟ ଆକ୍ରାନ୍ତ ବରୀ ବ୍ଲକର। ଦୁଇଜଣ ଯାକ ପୁରୁଷ ଏବଂ ସେମାନଙ୍କ ବୟସ ଯଥାକ୍ରମେ ୪୮ ଏବଂ ୫୫ ବର୍ଷ। ଶନିବାର ସକାଳେ ଯାଜପୁର ଜିଲାରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି ଗୋଟିଏ ଦିନରେ ଜିଲାରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏଠାରେ ମୋଟ ଆକ୍ରାନ୍ତ ସଂଖ୍ୟା ୪୭ରେ ପହଞ୍ଚିଛି। ଏହା ସହିତ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୫୬ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ କଲକାତାରୁ ଫେରିଥିଲେ। ଏହା ପରେ​ ସେମାନେ କ୍ବାରେଣ୍ଟାଇନରେ ରହିଥିଲେ। କିନ୍ତୁ ସେମାନଙ୍କଠାରେ କୌଣସି ଲକ୍ଷଣ ଦେଖିବାକୁ ମିଳି ନ ଥିଲା। ତେବେ ସେମାନଙ୍କ ରକ୍ତ ଏବଂ ସ୍ବାବ ପରୀକ୍ଷା କରାଯିବା ପରେ ତାହା ପଜିଟିଭ ଆସିଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories