www.samajalive.in
Tuesday, December 9, 2025
17.1 C
Bhubaneswar

ସୁନ୍ଦରଗ​ଡରେ ଆଉ ଜଣେ ପଜିଟିଭ୍ : ଆକ୍ରାନ୍ତଙ୍କ ସଂଖ୍ୟା ୧୬୩​‌

ଭୁବନେଶ୍ବର : ସୁନ୍ଦରଗଡ ଜିଲ୍ଲାରୁ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ଗତ ବିଳମ୍ବିତ ରାତିରେ ଏହି ସୂଚନା ଦିଆଯାଇଛି । ଏହା ସହିତ ସୁନ୍ଦରଗଡ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି ।

ଏବେ ରାଜ୍ୟରେ ୧୦୨ଜଣ କରୋନା ଆକ୍ରାନ୍ତ ବିଭିନ୍ନ ସ୍ଥାନରେ ଚିକତ୍ସିତ ହେଉଥିବା ବେଳେ ୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ।

- Advertisement -

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟର୧୬ଟି ଜିଲ୍ଲାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି । ଯାଜପୁର ଜିଲ୍ଲାରେ ସର୍ବାଧିକ ୪୮ଜଣ ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ  ୪୭ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରେ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ୧୯ଜଣ ଓ ସୁନ୍ଦରଗଡ ଜିଲ୍ଲାରେ ୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ କେନ୍ଦ୍ରାପଡା, କଳାହାଣ୍ଡି, ଗଞ୍ଜାମ, କେନ୍ଦୁଝର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ତେବେ କଟକ, ଢେଙ୍କାନାଳ, କୋରାପୁଟ, ପୁରୀ,  ଓ ଦେବଗଡ଼ରେ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୧ହଜାର ୧୨୮ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଯେଉଁଥିରୁ ୧୬୩ଟି ପଜିଟିଭ ଚିହ୍ନଟ
ହୋଇଥିବା ଜଣାପଡିଛି ।

 

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories