www.samajalive.in
Monday, December 8, 2025
17.1 C
Bhubaneswar

ପ୍ରବାସୀ ଓଡିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ, ନିୟମ ଉଲଘଂନ କଲେ ଗ୍ରହଣ କରାଯିବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର : ଲକ୍ ଡାଉନ ସମୟରେ ବିଭିନ୍ନ ରାଜ୍ୟରେ ଫଶି ରହିଥିବା ପ୍ରବାସୀ ଓଡିଆମାନେ ରାଜ୍ୟକୁ ଫେରୁଛନ୍ତି । ରାଜ୍ୟବାହାରୁ ଆସୁଥିବା ପ୍ରବାସୀ ଓଡିଆମାନଙ୍କ ସୁରକ୍ଷା ତଥା ସେମାନଙ୍କ ପରିବାରର ସୁରକ୍ଷା ପାଇଁ ରାଜ୍ୟ ସରକାର ୧୪ ଦିନିଆ କ୍ବାରେଣ୍ଟାଇନର ବ୍ୟବସ୍ଥା କରିଛନ୍ତି । କିନ୍ତୁ ଏହାରି କିଛି ସ୍ଥାନରେ ପ୍ରବାସୀ ଶ୍ରମିକମାନେ କ୍ବାରେଣ୍ଟାଇନ ନିୟମ ମାନୁନଥିବା ଦେଖିବାକୁ ମିଳିଛି । ଗତକାଲି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଅନ୍ୟ ରାଜ୍ୟରୁ ଫେରିଥିବା ପ୍ରବାସୀମାନଙ୍କୁ ଆଇନ ପାଳନ କରିବାକୁ ଚେତାବନୀ ଦେଇଥିବା ବେଳେ ଆଜି ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବାସୀ ଓଡିଆଙ୍କୁ କଡା ଚେତାବନୀ  ଦେଇଛନ୍ତି।


ବାହାର ରାଜ୍ୟରୁ ଆସୁଥିବା  ସମସ୍ତ ଓଡିଆ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରାଣ୍ଟାଇନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ ମାନନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ସୂଚନା ଦେଇ କହିଛନ୍ତି ଯଦି କୌଣସି ସ୍ଥାନରେ ପ୍ରବାସୀ ଓଡିଆ କ୍ବାରଣ୍ଟାଇନ ନିୟମ ଉଲ୍ଲଂଘନ କଲେ ତୁରନ୍ତ ସରପଞ୍ଚମାନେ ପ୍ରଶାସନକୁ ଅବଗତ କରାନ୍ତୁ । ଏଥିସହ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

- Advertisement -


ମୁଖ୍ୟମନ୍ତ୍ରୀ ଆହୁରୀ ମଧ୍ୟ କହିଛନ୍ତି ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ୟ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଉର୍ଦ୍ଧ୍ବକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଭୂତପୂର୍ବ ପରିସ୍ଥିତିକୁ ସାମ୍ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories