www.samajalive.in
Tuesday, December 9, 2025
17.1 C
Bhubaneswar

ଜଗତସିଂହପୁରରୁ ୪ ପଜିଟିଭ୍ : କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୫

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ବୁଧବାର ଅପରାହ୍ନରେ ଜଗତସିଂହପୁରରୁ ୪ ଜଣ ଓ କେନ୍ଦ୍ରାପଡାରୁ ଜଣେ ମୋଟ ୫ଜଣ ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି । ଆଜି ଗୋଟିଏ ଦିନରେ ରାଜ୍ୟରୁ ୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି ।
ଫଳରେ ଏବେ ରାଜ୍ୟରେ ୧୨୨ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ସ୍ଥାନରେ ଚିକତ୍ସିତ ହେଉଥିବା ବେଳେ ୬୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୨ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରୁ ଏହି ସୂଚନା ମିଳିଛି । ଅନ୍ୟପକ୍ଷରେ ବର୍ତ୍ତମାନ ସୁଦ୍ଧା ରାଜ୍ୟର୧୭ଟି ଜିଲ୍ଲାରେ କରୋନାର ପ୍ରଭାବ ପରିଲକ୍ଷିତ ହୋଇଛି ।
କରୋନାର ପ୍ରଭାବ ତାଲିକାରେ ଜଗତସିଂହପୁର ଯୋଡି ହୋଇଯାଇଛି । କିନ୍ତୁ ଯାଜପୁର ଜିଲ୍ଲାରେ ସର୍ବାଧିକ ୫୫ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ଯାଜପୁର ଏବେ ରାଜ୍ୟରେ କରୋନା ହଟସ୍ପଟ ପାଲଟିବା ସହ ରେଡ୍ ଜୋନରେ ସ୍ଥାନ ପାଇଛି ।
ଖୋର୍ଦ୍ଧା ଜିଲ୍ଲାରେ ୪୭ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର ଜିଲ୍ଲାରେ ୨୫ ଜଣ କରାନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭଦ୍ରକ ଜିଲ୍ଲାରେ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟ ପକ୍ଷରେ ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ୪ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡାରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ କଟକ, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଢେଙ୍କାନାଳ, କୋରାପୁଟ, ପୁରୀ, ଓ ଦେବଗଡ଼ରେ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୭ ହଜାର ୪୫୪ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଯେଉଁଥିରୁ ୧୮୫ଟି ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories