www.samajalive.in
Thursday, December 11, 2025
18.1 C
Bhubaneswar

ଆଉ ୨୦ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୨୦୫ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ଗୁରୁବାର ରାଜ୍ୟରେ ଏକକାଳୀନ ସର୍ବାଧିକ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ୨୦ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି ।  ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୨୦ ଜଣଙ୍କ ମଧ୍ୟରେ ୧୭ ଜଣ ଗଞ୍ଜାମ ଏବଂ ୩ ଜଣ ମୟୂରଭଞ୍ଜ ଜିଲଶର ରହିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି । ଗଞ୍ଜାମ ଜିଲାରେ ଗତକାଲି ଯାଏଁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଆଜି ନୂଆ ୧୭ ଜଣ ଆକ୍ରାନ୍ତଙ୍କୁ ମିଶାଇବା ପରେ ଏଠାରେ ସଂଖ୍ୟା ୨୧ରେ ପହଞ୍ଚିଛି । ଏଥି ସହିତ ପ୍ରଥମ ଥର ପାଇଁ ଆଜି ମୟୂରଭଞ୍ଜ ଜିଲ୍ଲା କରୋନା ସଂକ୍ରମିତ ତାଲିକାରେ ସ୍ଥାନ ପାଇଛି। ଉଲ୍ଲେଖଯୋଗ୍ୟ, ମୟୂରଭଞ୍ଜ ଜିଲ୍ଲାରୁ ଆଗରୁ କେହି କ‌ରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିଲେ ।

ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୮ଟି ଜିଲାରେ କରୋନା ଭାଇରସ ପହଞ୍ଚି ସାରିଛି । ଯାଜପୁର ଜିଲାରେ ସର୍ବାଧିକ ୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧା ଜିଲାରେ ୪୭ ଜଣ, ବାଲେଶ୍ୱର ଜିଲାରେ ୨୫ ଜଣ, ଭଦ୍ରକ ଓ ଗଂଜାମ ଜିଲାରେ ୨୧-୨୧ ଜଣ, ସୁନ୍ଦରଗଡ଼ ଜିଲାରେ ୧୨ ଜଣ, କେନ୍ଦ୍ରାପଡ଼ା ଓ ମୟୂରଭଂଜ ଜିଲାରେ ୩-୩ ଜଣ, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଜିଲାରେ ୨ ଜଣ ଲେଖାଏଁ, ଢେଙ୍କାନାଳ, ପୁରୀ, କୋରାପୁଟ ଓ ଦେବଗଡ଼ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ଯାଏଁ  ରାଜ୍ୟରେ  ୫୦ ହଜାର ୫୧୪ଟି ଆରଟି ପିସିଆର ଟେଷ୍ଟ ହୋଇଛି । ଏଥିରୁ ୨୦୫ଟି ନମୁନା ପଜିଟିଭ ଆସିଛି । ଏବେ ସୁଦ୍ଧା ୬୧ ଜଣ ରୋଗୀ ସୁସ୍ଥ ହୋଇଥିବା ବେଳେ ଦୁଇ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ୧୪୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories