www.samajalive.in
Sunday, December 7, 2025
16.1 C
Bhubaneswar

କରୋନା ବୁଲେଟିନ୍ : ଗୋଟିଏ ଦିନରେ ୨୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ସୁରଟ ଫେରନ୍ତା ରାଜ୍ୟ ପାଇଁ ଚିନ୍ତା ବଢାଉଛନ୍ତି । ଗୁରୁବାର ଆଉ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୭ ଜଣ ଗଞ୍ଜାମ ଜିଲ୍ଲାର ଏବଂ ୪ ଜଣ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାପଡ଼ିଛି । ଏଥିସହ ମୟୂରଭଞ୍ଜ ଜିଲ୍ଲା କରୋନା ସଂକ୍ରମଣରେ ସାମିଲ୍‍ ହୋଇଛି । ଗଞ୍ଜାମ ଜିଲ୍ଲାରେ ଆଜି ଆଉ ୧୭ ଜଣ ନୂଆ କରୋନା ପଜିଟିଭ୍‍
ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍‍ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତ ସମସ୍ତେ ସୁରଟ
ଫେରନ୍ତା । ସୁରଟରୁ ଫେରିବା ପରେ ଏମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହ କ୍ୱାରେଣ୍ଟାଇନ ସେଣ୍ଟରରେ ରଖାଯାଇଥିଲା । ପରେ ସ୍ୱାବ୍‍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ଏହି ରିପୋର୍ଟ ପଜିଟିଭ୍‍ ଆସିଥିବା ଜଣାପଡିଛି। ଚିହ୍ନଟ ହୋଇଥିବା ୧୭ ଜଣ ଆକ୍ରାନ୍ତଙ୍କ
ମଧ୍ୟରେ ୧୬ ଜଣ ପୁରୁଷ ଓ ଜଣେ ଯୁବତୀ ଅଛନ୍ତି ।
ଏଥିସହ ରାଜ୍ୟରେ ଏବେ ମୋଟ ୨୦୬ ଜଣ କରୋନାରେ ସଂକ୍ରମିତହୋଇଥିବା ଜଣାପଡ଼ିଛି। ଏଥିମଧ୍ୟରୁ ୧୪୨ ଜଣ ବିଭିନ୍ନ କୋଭିଡ୍‍-୧୯ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପକ୍ଷରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଫଳରେ ଏବେ ରାଜ୍ୟର ୧୮ଟି ଜିଲ୍ଲାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି।
ଯାଜପୁର ଜିଲ୍ଲାରେ ସର୍ବାଧିକ ୫୫ ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଥିବାବେଳେ ମାତ୍ର ଜଣେ ସୁସ୍ଥ ହୋଇଛନ୍ତି ଏବଂ ୫୪ ଜଣ ବିଭିନ୍ନ
ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରେ ୪୭ ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଥିବାବେଳେ ୩୧ ଜଣ ଆରୋଗ୍ୟ ଲାଭ କରିଛନ୍ତି। ୧୪ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ବାଲେଶ୍ୱର ଜିଲ୍ଲାରେ ୨୫ ଜଣ, ଭଦ୍ରକ ଓ ଗଞ୍ଜାମ ଜିଲ୍ଲାରେ ୨୧ ଜଣ ଲେଖାଏଁ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ୧୨ ଜଣ, ଜଗତ୍‍ସିଂହପୁର ଓ, ମୟୂରଭଞ୍ଜରେ ୪ ଜଣ ଲେଖାଏଁ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୩ ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ କଟକ, କେନ୍ଦୁଝର, କଳାହାଣ୍ଡି, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଦୁଇ ଜଣ ଲେଖାଏଁ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି।
ତେବେ କୋରାପୁଟ, ପୁରୀ, ଢେଙ୍କାନାଳ ଓ ଦେବଗଡ଼ ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ ରାଜ୍ୟରେ ନମୁନା ପରୀକ୍ଷା ୫୦ ହଜାର ଅତିକ୍ରମ କରିଛି। ବୁଧବାର ସୁଦ୍ଧା ରାଜ୍ୟରେ ୫୦ ହଜାର ୫୧୪ ନମୁନା ପରୀକ୍ଷା
କରାଯାଇଛି, ଯେଉଁଥିରେ ୨୦୬ ପଜିଟିଭ୍‍ ଚିହ୍ନଟ ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories