ରଥଖଳା ଚଳଚଞ୍ଚଳ, କେନ୍ଦ୍ର ସରକାରଙ୍କ ଅନୁମତି ପରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ପୁରୀ : ଶ୍ରୀଜୀଉଙ୍କ ଘୋଷଯାତ୍ରା ଲାଗି ରଥ ନିର୍ମାଣ ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଅନୁମତି ଦେବାପରେ ଆଜିଠୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି  ସକାଳ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ରଥ ନିର୍ମାଣ କାର୍ଯ୍ୟ ଚାଲିବ ବୋଲି ସୂଚନା ମିଳିଛି । ରଥ କାମ ନେଇ ତିନି ରଥର ମୁଖ୍ୟ ବିଶ୍ୱକର୍ମା ମହାରାଣା ଓ ପରିଚାଳନା କମିଟି ସଦସ୍ୟଙ୍କୁ ନେଇ ଅନୁଷ୍ଠିତ ବୈଠକରେ କିପରି ସୁରୁଖୁରୁରେ ରଥ ନିର୍ମାଣ କରାଯିବ ସେନେଇ ଆଲୋଚନା ହୋଇଛି । ଏଥି ସହିତ ରଥ ନିର୍ମାଣ ସମୟରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ସର୍ତ୍ତମୂଳକ ଅନୁମତିକୁ ଅନୁପାଳନ କରାଯିବା ନେଇ ମଧ୍ୟ ଆଲୋଚନା ହୋଇଛି ।

ସୂଚନାଯୋଗ୍ୟ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ରଥ ନିର୍ମାଣ କରିବାକୁ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି । ରଥ ଖଳାରେ ସାମାଜିକ ଦୂରତ୍ୱ ରକ୍ଷା କରି ରଥ ନିର୍ମାଣ ହୋଇ ପାରିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ଗ୍ରୀନ୍‌ ସିଗନାଲ୍‌ ଦେଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କୁ ନିଷ୍ପତ୍ତି ଜଣାଇ ଦେଇଛନ୍ତି କେନ୍ଦ୍ର ସରକାର । ତେବେ ରଥଖଳାରେ କୌଣସି ଧାର୍ମିକ କାର୍ଯ୍ୟକ୍ରମ ନହେବା ସହ ସାମାଜିକ ଦୂରତ୍ୱକୁ କଡ଼ାକଡ଼ି ପାଳନ କରିବାକୁ କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରାଳୟ । ତେବେ ରଥଯାତ୍ରା ହେବ କି ନାହିଁ ତାହା ରାଜ୍ୟ ସରକାରଙ୍କ ହାତରେ ଛାଡ଼ିଛନ୍ତି କେନ୍ଦ୍ର ସରକାର ।

Comments are closed.