www.samajalive.in
Saturday, December 6, 2025
23.1 C
Bhubaneswar

ମହାରାଷ୍ଟ୍ର ଟ୍ରକ୍‌ ଡ୍ରାଇଭର ଓଡ଼ିଶାରେ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ସନ୍ଧ୍ୟା ସୁଦ୍ଧା ରାଜ୍ୟରେ କରୋନା ସଂଖ୍ୟା ୨୭୦କୁ ବୃଦ୍ଧି ପାଇଛି। କିନ୍ତୁ ଆଜି ସନ୍ଧ୍ୟାରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ ବୋଲି କୁହାଯାଇଥିଲା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦେଇଥିବା ତଥ୍ୟ ଅନୁଯାୟୀ ପରବର୍ତ୍ତି ସମୟରେ ଏହା ବଦଳି ଯାଇଛି। ଏଥିରେ ଜଣେ ମହାରାଷ୍ଟ୍ର ଆକ୍ରାନ୍ତଙ୍କୁ ଓଡ଼ିଶାର ବୋଲି ଦର୍ଶାଯାଇ ରାଜ୍ୟରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୨୭୧ ବୋଲି ଉଲ୍ଲେଖ କରାଯାଇଥିଲା।
ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଓଡ଼ିଶାରେ କରୋନା ଆକ୍ରାନ୍ତ ହୋଇଛନ୍ତି। ମହାରାଷ୍ଟ୍ରର ଆକ୍ରନ୍ତ ଜଣକ ମୁମ୍ବଇର ଜଣେ ଟ୍ରକ୍‌ ଡ୍ରାଇଭର। ଦୁର୍ଘଟଣାରେ ଆହତ ହୋଇ ଭୁବନେଶ୍ବର କିମ୍ସରେ ଭର୍ତ୍ତି ହୋଇଥିଲେ, ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପୂର୍ବରୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ ବୋଲି ଦର୍ଶାଯାଇଥିଲା। ମହାରାଷ୍ଟ୍ର ଆକ୍ରାନ୍ତଙ୍କୁ ବାଦ୍‌ ଦେଇ ଏବେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟ ୨୭୦ ରହିଛି। ପୂର୍ବ ତଥ୍ୟରେ ଖୋର୍ଦ୍ଧା ଜିଲା ଆକ୍ରାନ୍ତଙ୍କ ସଂଖ୍ୟା ୫୧ ବୋଲି ଦର୍ଶାଯାଇଥିଲା। ପରିବର୍ତ୍ତିତ ତଥ୍ୟରେ ଖୋର୍ଦ୍ଧା ଜିଲାର ଆକ୍ରାନ୍ତଙ୍କ ସଂଖ୍ୟା ୫୦କୁ କମିଲା ବୋଲି ଆଜି ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ୱେବ୍‌ସାଇଟ୍‌ରେ ଅପ୍‌ଡେଟ୍‌ କରାଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୨,୯୭୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୭୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୦୫ ରହିଛି। ୨୯୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ରାଜ୍ୟ ସରକାରଙ୍କ କୋଭିଡ଼-୧୯ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ସୂଚନା ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories