ମେ ୨୦ରୁ ମାଟ୍ରିକ୍ ଖାତାଦେଖା ଆରମ୍ଭ

ଭୁବନେଶ୍ଵର : ମେ ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ଆଜି ମାଟ୍ରିକ୍ ଖାତା ଦେଖାନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀ ଓ ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରମାଶିଷ ହାଜ୍ରାଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଏହି ବୈଠକରେ ଆଲୋଚନା ପରେ ମେ ୨୦ ରେ ଖାତା ଦେଖାନେଇ ନିଷ୍ପତ୍ତି ନିଆଯାଇଛି । ଏଥି ସହିତ ରାଜ୍ୟରେ ୬୦ଟି କେନ୍ଦ୍ରରେ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବ । ଖାତାଦେଖିବାକୁ ଥିବା ସମସ୍ତ ଇନଭିଜିଲେଟର ମେ ୧୯ ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ରିପୋର୍ଟ  କରିବେ ବୋଲି ମନ୍ତ୍ରୀ କହିଛନ୍ତି । ଚଳିତ ବର୍ଷ କରୋନା ପାଇଁ ଖାତା ଦେଖିବାକୁ ଥିବା ସମସ୍ତ ଶିକ୍ଷକମାନଙ୍କୁ ଅଧିକ ପ୍ରୋତ୍ସାହନ ରାଶି ଦିଆଯିବା ସହ କିପରି ସେମାନେ ସମାଜିକ ଦୂରତା ରଖି ଖାତାଦେଖିବେ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି । ସମସ୍ତ ଶିକ୍ଷକ କରୋନା ଗାଇଡଲାଇନ ମାନି ଖାତା ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିବେ ବୋଲି ମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ଗତ ଫେବ୍ରୁଆରି ମାସ ୧୯ ରୁ ମାର୍ଚ୍ଚ ୨ ତାରିଖ ଯାଏଁ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏହାପରେ ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ମାର୍ଚ୍ଚ ୧୮ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା। କିନ୍ତୁ ୧୮ ଓ ୧୯ ଦୁଇଦିନ ଧରି ଖାତା ଦେଖା ହେବା ପରେ କରୋନା ଲାଗି ମୂଲ୍ୟାୟନକୁ ସ୍ଥଗିତ ରଖାଯାଇଥିଲା।

Comments are closed.