www.samajalive.in
Monday, December 15, 2025
16.1 C
Bhubaneswar

ସଡକ ଦୁର୍ଘଟଣାରେ ୧ମୃତ, ୩ଆହତ

ରେଢାଖୋଲ: ୫୫ ନଂ ଜାତୀୟ ରାଜପଥ ଚାରମାଳ ଥାନା ଚାଟୁଣି ନିକଟରେ ସୋମବାର ଅପରାହ୍ନ ୨ଟା ବେଳେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି । ମୃତ ମହିଳା ଜଣକ ହେଲେ ଢେଙ୍କାନାଳ ଖମାର ସାହିର ଅମ୍ରିତା ସାମଲ(୭୨) ।

ଓଆର.୦୨.ବିଏମ.୨୨୯୦ନମ୍ବର ବିଶିଷ୍ଟ କାରରେ ଏହି ବ୍ୟକ୍ତିମାନେ ଢେଙ୍କାନାଳ ନିଜ ଘର ଖମାର ସାହିରୁ ସମ୍ବଲପୁର ଅଭିମୁଖେ ଯାଉଥିଲେ। ଗାଡିଟି ୫୫ ନଂ ଜାତୀୟ ରାଜପଥ ଚାରମାଳ ଥାନା ଚାଟୁଣୀ ନିକଟରେ ନିର୍ମାଣଧୀନ ଏକ ପୋଲ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ କାରରେ ଥିବା ସୁଶାନ୍ତ ସାମଲ(୪୨)ତାଙ୍କ ସ୍ତ୍ରୀ ଅନ୍ନପୁର୍ଣ୍ଣା ଓ ପୁଅ ସାଦଭିକ(୭)ଆହତ ହୋଇଥିଲେ ।  ସୁଶାନ୍ତଙ୍କ ମା ଅମ୍ରିତା ସାମଲ ଗୁରୁତର ଆହତ ହୋଇଥିଲେ । ଦୁର୍ଘଟଣାର ଖବର ପାଇ ଚାରମାଳ ପୁଲିସ ଘଟଣା ସ୍ଥଳକୁ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲା ।  ଅମ୍ରିତାଙ୍କ ମୃତ୍ୟୁ ହୋଇଯାଇଥିବା ଡାକ୍ତର ଘୋଷଣା କରିଥିଲେ ।ଏନେଇ ଚାରମାଳ ଥାନାରେ ଏକ  ଦୁର୍ଘଟଣା ଜନିତ ମାମଲା ରୁଜୁ ହୋଇଛି ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories