www.samajalive.in
Friday, December 12, 2025
27.1 C
Bhubaneswar

ଭୟଭୀତ ହୁଅନ୍ତୁ ନାହିଁ; ସଙ୍ଗରୋଧ ଅନୁପାଳନ ବଳରେ କରୋନାକୁ ପ୍ରତିହତ କରାଯାଇପାରିବ: ସୁବ୍ରତ୍‌ ବାଗ୍‌ଚୀ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ପଜିଟିଭ୍‌ ସଂଖ୍ୟା ଗତ ଏକ ମାସରୁ ଊର୍ଦ୍ଧ୍ୱ ସମୟ ମଧ୍ୟରେ ବିଶେଷ ବୃଦ୍ଧି ପାଇନଥିବା ବେଳେ ଗତ ଅଳ୍ପ କେତେଦିନ ମଧ୍ୟରେ ଏହା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ ଏଥି ପାଇଁ ଜନସାଧାରଣ ବିଶେଷ ଭୟଭୀତ ହେବାର କାରଣ ନାହିଁ। ଏହି ପଜିଟିଭ୍‌ଗୁଡ଼ିକ ବାହାର ରାଜ୍ୟରୁ ଆସି ବିଭିନ୍ନ ସଂଗରୋଧ କେନ୍ଦ୍ର (କ୍ୱାରାଣ୍ଟାଇନ୍‌ ସେଣ୍ଟର)ରେ ରହିଥିବା କିଛି ଲୋକଙ୍କଠାରେ ହିଁ ଚିହ୍ନଟ ହୋଇଛି । ମାତ୍ର ସଙ୍ଗରୋଧ ଓ ନିର୍ଦ୍ଦେଶାବଳୀ ଅନୁପାଳନ ବଳରେ କରୋନାକୁ ପ୍ରତିହତ କରାଯାଇପାରିବ ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍‌ ବାଗ୍‌ଚୀ ପ୍ରକାଶ କରିଛନ୍ତି।
୧୪ ଦିନ କ୍ୱାରାଣ୍ଟାଇନ୍‌ ଅବଧି ପୂରଣ ପରେ କେତେକ କ୍ଷେତ୍ରରେ କୋଭିଡ୍‌-୧୯ ଚିହ୍ନଟ ହେବା ଲକ୍ଷ୍ୟ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକା ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କ ପରାମର୍ଶ ଏବଂ କୋଭିଡ୍‌-୧୯ ରୋଗପୁଷ୍ଟି ଅବଧି ସଂପର୍କିତ କେତେକ ରିପୋର୍ଟକୁ ବିଚାର ପରେ ପୂର୍ବରୁ ଘୋଷିତ ୧୪ ଦିନ କ୍ୱାରାଣ୍ଟାଇନ୍‌ ଅବଧିକୁ ରାଜ୍ୟ ସରକାର ୨୮ ଦିନକୁ ବୃଦ୍ଧି କରିଛନ୍ତି। ଓଡ଼ିଶାକୁ ଫେରୁଥିବା ସମସ୍ତ ବ୍ୟକ୍ତି ୨୮ ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ପୁନଃ ଗୁରୁତ୍ୱାରୋପ କରିଛନ୍ତି। ୨୧ ଦିନ ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ ଅବଧି ମଧ୍ୟରେ ସେମାନଙ୍କର ସନ୍ତୋଷଜନକ ଆଚରଣ ଓ ସ୍ୱାସ୍ଥ୍ୟାବସ୍ଥାକୁ ବିଚାର କରି ପରେ ୭ ଦିନ ପାଇଁ ସେମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ ନିମନ୍ତେ ଅନୁମତି ମିଳିପାରିବ। ହୋମ୍‌ କ୍ୱାରାଣ୍ଟାଇନ୍‌ ସମୟରେ ସଂପୃକ୍ତ ବ୍ୟକ୍ତି ନିର୍ଦ୍ଧାରିତ କ୍ୱାରାଣ୍ଟାଇନ୍‌ ନିୟମଗୁଡ଼ିକ କଡ଼ାକଡ଼ି ପାଳନ କରିବେ ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍‌ ବାଗ୍‌ଚୀ କହିଛନ୍ତି।

Hot this week

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

Related Articles

Popular Categories