www.samajalive.in
Sunday, December 7, 2025
23.1 C
Bhubaneswar

ରବିବାର ରାଶିଫଳ ୧୦।୦୫।୨୦୨୦

ମେଷ: ସେବାମୂଳକ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। କାର୍ଯ୍ୟରେ ସଫଳତା ମିଳିବ। ଅଧିକ କ୍ଷମତାର ଅଧିକାରୀ ହୋଇ ସଦ୍‌ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ: ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ ଓ ସଫଳତା ଲାଭ କରିବେ। ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ନିଅଣ୍ଟିଆ ପରିସ୍ଥିତି ଉପୁଜି ପାରେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
ମିଥୁନ: ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସୁଯୋଗ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
କର୍କଟ: ଶତ୍ରୁର କାର୍ଯ୍ୟ କଳାପରେ କ୍ରୋଧିତ ହେବେ। ପ୍ରତିଶୋଧ ପରାୟଣ ହୋଇପାରନ୍ତି। ମାନସିକ ଶାନ୍ତି ଫେରି ପାଇବେ। ଶୁଭ ଖବର ପାଇ ଭାବ ବିହ୍ୱଳ ହୋଇପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୁଳ ରହିଛି। ଋଣ ପରିଶୋଧ କରିବେ।
ସିଂହ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ବିଭିନ୍ନ ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ଖୁସି ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ଉପୁଜିଥିବା ବାଦାନୁବାଦର ଆଶୁ ସମାଧାନ କରିବାରେ ସକ୍ଷମ ହେବେ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ। ପରିଶ୍ରମ ମୂଲ୍ୟ ମିଳିବ। କୃଷି କାର୍ୟ୍ୟ ତ୍ୱରାନ୍ୱିତ କରିବା ପାଇଁ ଉଦ୍ୟମ ଚଳାଇବେ।
ତୁଳା: ସାମାଜିକ କ୍ଷେତ୍ରରେ ଓ କାର୍ଯ୍ୟାଳୟ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ କରିବାରେ ସିଦ୍ଧହସ୍ତ ହେବେ। ଠାକୁରଙ୍କ ଦର୍ଶନ ଲାଭ କରିବେ। ଅଶାନ୍ତିର ମାତ୍ରା ହ୍ରାସ ହେବ। ସରକାରୀ ଲାଭ ମିଳିବ।
ବିଛା: ଭାଗ୍ୟଶାଳୀ ହେବେ। ଆକସ୍ମିକ ସମସ୍ୟାର ଅଶୁ ସମାଧାନ କରି ଆଶ୍ୱସ୍ତ ହେବେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ନିର୍ଲୋଭ ହେବେ। ନୀତିନିଷ୍ଠ ବ୍ୟକ୍ତି ଭାବେ ସାମାଜିକ ଚଳଣିରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିପାରନ୍ତି।
ଧନୁ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଉତ୍ତମ ଧରଣର ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ଚିନ୍ତାଧାରା ଉନ୍ନତମାନର ହେବ।
ମକର: ସ୍ୱାଧୀନଚେତା ହୋଇପାରନ୍ତି। ଦ୍ରବ୍ୟ ଲାଭର ସୁଯୋଗ ଅଛି। ଶୁଭକାର୍ଯ୍ୟରେ ଖର୍ଚ୍ଚ ବୃଦ୍ଧିପାଇବ। ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜିବା ଭଲ ହେବ। ମଧୁରଭାଷାରେ ପରକୁ ଆପଣାର କରିପାରନ୍ତି।
କୁମ୍ଭ: ଶୁଭଖବର ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। କାର୍ୟ୍ୟର ସଫଳ ରୂପାୟନ କରି ବିଭାଗୀୟ କର୍ତ୍ତୃପକ୍ଷଙ୍କ ସ୍ନେହ, ଶ୍ରଦ୍ଧା ଲାଭ କରିବେ। ସୁଖୀ ହେବେ।
ମୀନ: ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିବାରେ ସକ୍ଷମ ହେବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ କରିପାରନ୍ତି। ସରକାରୀ କୃପା ଲାଭ କରିବେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories