www.samajalive.in
Sunday, December 7, 2025
26.1 C
Bhubaneswar

ବୌଦ୍ଧ ଜିଲାରେ ପ୍ରଥମ ୩ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ବର: ଆଜି ଦିନକରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୪ରୁ ୩୭୭କୁ ଡେଇଁଲା। ଆଜି ଗୋଟିଏ ଦିନରେ ୮୩ଟି କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ପ୍ରଥମ କରି ବୌଦ୍ଧରେ ୩ କରୋନା ଚିହ୍ନଟ କରାଯାଇଛି। କିଛିଦିନ ପରେ ପୁଣି ପୁରୀ ଜିଲାକୁ କରୋନା ଫେରିଛି। ପୁରୀ ଜିଲା କରୋନା ପଜିଟିଭ୍‌ ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟାରେ ରାଜ୍ୟରେ ଯାଜପୁରରେ ୫ଜଣଙ୍କଠାରେ କରେନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ୨ଜଣ ସୁରତ ଫେରନ୍ତା, ଜଣେ ପଶ୍ଚିମ ବଙ୍ଗ ଫେରନ୍ତା ଏବଂ ଆଉ ଦୁଇଜଣ ପୂର୍ବପଶ୍ଚିମବଙ୍ଗ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଛନ୍ତି। ପୁରୀର ଚିହ୍ନଟ ହୋଇଥିବା ୨ଜଣ କରୋନା ପଜିଟିଭ୍ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ଆଜି ଭଦ୍ରକ ୬ଜଣ, ଗଞ୍ଜାମ ୭ଜଣ, ଅନୁଗୁଳ ୨ଜଣ ଓ ବୌଦ୍ଧରୁ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି ଏବଂ ଏମାନେ ସମସ୍ତେ ସୁରତ ଫେରନ୍ତା ବୋଲି କୁହାଯାଇଛି। ଆଜି ସନ୍ଧ୍ୟାରେ ଚିହ୍ନଟ ହୋଇଥିବା ସମସ୍ତ କରୋନା ଆକ୍ରାନ୍ତ କ୍ବାରେଣ୍ଟାଇନରେ ଅଛନ୍ତି ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

- Advertisement -

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୯,୭୮୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ୬୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories