www.samajalive.in
Sunday, December 7, 2025
23.1 C
Bhubaneswar

ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡା. ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ନୂଆଦିଲ୍ଲୀସ୍ଥିତ ଏମ୍‌ସରେ କାର୍ଡିଓଥୋରାସିସ୍‌ ସେଣ୍ଟରରେ ମନମୋହନଙ୍କୁ ରଖି ତାଙ୍କର ଚିକିତ୍ସା କରାଯାଉଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ରବିବାର ରାତିରେ ଏମ୍‌ସ​‌ରେ ଭର୍ତ୍ତି କରାଯାଇଥିଲା। ମନମୋହନଙ୍କୁ ଦିଆଯାଇଥିବା ଔଷଧର ପାର୍ଶ୍ଵ ପ୍ରତିକ୍ରିୟା ଯୋଗୁ ଏହାର ଯାଞ୍ଚ ପାଇଁ ତାଙ୍କୁ ହସ୍ପିଟାଳରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଜ୍ଵର ହୋଇଥିବାରୁ ଏହାର ମଧ୍ୟ ପରୀକ୍ଷା କରାଯାଉଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି।

ମନମୋହନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ରବିବାର ରାତିରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଥିଲା ଯେ, ସେ ଠିକ୍‌ ଅଛନ୍ତି ଏବଂ ତାଙ୍କୁ ଦିଆଯାଇଥିବା ଔଷଧର ପାର୍ଶ୍ଵ ପ୍ରତିକ୍ରିୟା ଯୋଗୁ ଜ୍ଵର ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories