www.samajalive.in
Wednesday, December 10, 2025
23.1 C
Bhubaneswar

ପୁଣି ୩ ପଜିଟିଭ୍ : ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ସୋମବାର ପୁଣି ୩ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ କଟକ, ଯାଜପୁର ଓ ମୟୁରଭଞ୍ଜର ଜଣେ ଲେଖାଏଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ଆଜି ଗୋଟିଏ ଦିନରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି ।

ସୋମବାର ସକାଳୁ ରାଜ୍ୟରେ ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୨ ଜଣ ଥିବାବେଳେ ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାରୁ ଜଣେ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତ ସଂଖ୍ୟା ୧୩୭ରେ ପହଞ୍ଚିଛି । ସେହିପରି ସୁନ୍ଦରଗଡ଼ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୪ ଏବଂ କେନ୍ଦ୍ରାପଡ଼ା ଜିଲାରେ ୯କୁ ବୃଦ୍ଧି ପାଇଛି ।

- Advertisement -

ନୂଆ ପଜିଟିଭ୍ ମାମଲା ପରେ କଟକରେ ୩, ଯାଜପୁର ୬୧ ଓ ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ଫଳରେ ରା​ଜ୍ୟରେ​‌ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି ପାଇଛି । ୩୦୬ଟି ସକ୍ରିୟ ମାମଲା ଥିବାବେଳେ ୮୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ଏବଂ ୩ ଜଣଙ୍କର ମୃତ୍ୟୁ ଘଟିଛି।

 

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories