www.samajalive.in
Tuesday, December 9, 2025
16.1 C
Bhubaneswar

କୋଭିଡ୍‌-୧୯: କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକାରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର

ଭୁବନେଶ୍ୱର : କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ରାଜ୍ୟ ବାହାରେ ରହିଥିବା ପ୍ରବାସୀ ଓଡ଼ିଆ ଓଡ଼ିଶାକୁ ଫେରିପାରିବେ। ସେମାନଙ୍କୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ, କେବଳ ସତର୍କତା ଅବଲମ୍ବନ ଜରୁରୀ। କୋଭିଡ୍‌- ୧୯ ରଣନୀତିରେ ରାଜ୍ୟ ସରକାର ଆଜିଠାରୁ କିଛିଟା ପରିବର୍ତ୍ତନ ଆଣିଛନ୍ତି। ବିଶେଷକରି କୋଭିଡ୍‌- ୧୯ ରୋଗୀମାନଙ୍କର ଡିସଚାର୍ଜ ହୋମ୍‌ ଆଇସୋଲେସନ୍‌ ପଲିସି ବା ନୀତିରେ ରାଜ୍ୟ ସରକାର ପରିବର୍ତ୍ତନ ଆଣିଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ପ୍ରକାଶ କରିଛନ୍ତି।
ଶ୍ରୀ ମହାପାତ୍ର କହିଛନ୍ତି ଯେ, ସାମାନ୍ୟ ଲକ୍ଷଣ ଥିବା ବା କୌଣସି ପ୍ରକାରର ଲକ୍ଷଣ ପରିଲକ୍ଷିତ ହେଉ ନ ଥିବା କୋଭିଡ୍‌-୧୯ ରୋଗୀମାନଙ୍କ ପାଇଁ ଗତ ମେ’ ୮ ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏକ ନୂତନ ଗାଇଡ୍‌ ଲାଇନ ବା ମାର୍ଗଦର୍ଶିକା ଜାରି କରିଛନ୍ତି। ରାଜ୍ୟ ସରକାର ମଧ୍ୟ ଏହାକୁ ଗ୍ରହଣ କରିଛନ୍ତି। ତେବେ, ରାଜ୍ୟ ସରକାର ଏଥିରେ ସାମାନ୍ୟ ପରିବର୍ତ୍ତନ କରିବା ସହ ଆହୁରି କଠୋର ଓ ଶକ୍ତ କରି ଏହାକୁ ଆଜି ଠାରୁ ରାଜ୍ୟରେ ଲାଗୁ କରିଛନ୍ତି। କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକାରେ ବିଗତ ୧୦ ଦିନ ଧରି ଲକ୍ଷଣ ଦେଖିବାକୁ ମିଳି ନଥିବା ଓ କ୍ରମାଗତ ଭାବେ ତିନିଦିନ ଧରି ଜ୍ୱର ନଥିବା ରୋଗୀମାନଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇ ପାରିବ ବୋଲି କହିଛନ୍ତି। ସେହିପରି ଗୁରୁତର ରୋଗୀଙ୍କ କ୍ଷେତ୍ରରେ ଲକ୍ଷଣ ପ୍ରକାଶ ପାଇବା ବନ୍ଦ ହେବାର ୩ ଦିନ ପରେ ମଧ୍ୟ ସେମାନଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇ ପାରିବ ବୋଲି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମତବ୍ୟକ୍ତ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories