www.samajalive.in
Monday, December 8, 2025
16.1 C
Bhubaneswar

କରୋନା ପରିସ୍ଥିତି ନେଇ ପମ୍ପିଓ – ଜୟଶଙ୍କର ଆଲୋଚନା, ଆନ୍ତର୍ଜାତୀୟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱାରୋପ

ସମାଜ ପୋର୍ଟାଲ ଡେସ୍କ: ଆମେରିକା ବୈଦେଶିକ ସଚିବ ମାଇକ ପମ୍ପିଓ ଅଷ୍ଟ୍ରେଲିଆ, ବ୍ରାଜିଲ, ଭାରତ, ଇସ୍ରାଏଲ, ଜାପାନ ଏବଂ ଦକ୍ଷିଣ କୋରିଆର ପ୍ରତିପକ୍ଷଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କରୋନା ମହାମାରୀ ଉପରେ ଆଲୋଚନା କରିଛନ୍ତି। ଆମେରିକା ବୈଦେଶିକ ବିଭାଗର ଜଣେ ମୁଖପାତ୍ର ଟ୍ୱିଟ କରି କହିଛନ୍ତି ଯେ ବୈଦେଶିକ ସଚିବ ମାଇକେଲ ଆର ପମ୍ପିଓ ୬ଟି ଦେଶର ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ପମ୍ପିଓ ଏବଂ ପ୍ରତିପକ୍ଷମାନେ କରୋନା ମହାମାରୀର ମୁକାବିଲା ନିମନ୍ତେ ଆନ୍ତର୍ଜାତୀୟ ସହଯୋଗ, ସ୍ୱଚ୍ଛତା ଏବଂ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱାରୋପ କରିଛନ୍ତି।

ଭବିଷ୍ୟତରେ କିଭଳି ଏପରି ସ୍ୱାସ୍ଥ୍ୟ ସଂକଟକୁ ରୋକି ହେବ ଏବଂ ଆନ୍ତର୍ଜାତିକ ସ୍ଥରରେ ସହଯୋଗ ଉପରେ ମଧ୍ୟ ଏଥିରେ ଆଲୋଚନା କରାଯାଇଛି। ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି ଯେ କରୋନା ମହାମାରୀର ମୁକାବିଲା ପାଇଁ ଆନ୍ତର୍ଜାତିକ ସ୍ଥରରେ ସମସ୍ତଙ୍କ ସହଯୋଗ ଅତ୍ୟନ୍ତ ଜରୁରୀ ଅଟେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories