www.samajalive.in
Saturday, December 6, 2025
19.1 C
Bhubaneswar

ଅର୍ଥନୈତିକ ପୁନରୁଦ୍ଧାର ଉପରେ ନବୀନଙ୍କ ଗୁରୁତ୍ବ; ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ ଆଲୋଚନା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ ମଙ୍ଗଳବାର ଭିଡିଓ କନଫେରନ୍ସି ଜରିଆରେ କୋଭିଡ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି ।   ବର୍ତ୍ତମାନ ପ୍ରବାସୀ ଓଡିଆମାନେ ବହୁ ସଂଖ୍ୟାରେ ଓଡିଶା ଫେରୁଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିର୍ମିତ ଅସ୍ଥାୟୀ ଶିବିରଗୁଡିକର ଉପଯୁକ୍ତ ପରିଚାଳନା ଏବଂ ଲୋକମାନଙ୍କୁ ରୋଜଗାର ଯୋଗାଇ ଦେବା ପାଇଁ ଅର୍ଥନୀତିକୁ ଚଳଞ୍ଚଳ କରିବା ଉପରେ ମୁଖମନ୍ତ୍ରୀ ଗୁରୁତ୍ବାରୋପ କରିବା ସହ ମାନବିକତା ଏବଂ ବୃତ୍ତିଗତ ଦକ୍ଷତା ସହ ଏହି କଠିନ ପରିସ୍ଥିତିର ମୁକାବିଲା କରିବାକୁ ପରାମର୍ଶ ଦେଇଥିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଏକ ଲମ୍ବା ଯୁଦ୍ଧ । ତେଣୁ କୋଭିଡ ମୁକାବିଲାରେ ସମାଜର ସକ୍ରିୟ ଅଂଶଗ୍ରହଣ ସହିତ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକୁ ବର୍ତ୍ତମାନ ପରିସ୍ଥିତିରେ ଅଧିକ ସଶକ୍ତ କରାଯିବାର ଆବଶ୍ୟକତା ରହିଛି  ।

ଗଞ୍ଜାମ ଭଳି ଅନ୍ୟ ଜିଲାରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରର ଅନ୍ତେବାସୀମାନଙ୍କୁ କରୋନା ପରିଚାଳନା ସମ୍ପର୍କରେ ତାଲିମ ଦିଆଯିବା ଦରକାର, ଯାହା ଫଳରେ କି ସଙ୍ଗରୋଧରୁ ବାହାରିବା ପରେ ସେମାନେ କୋଭିଡ ସ୍ବେଚ୍ଛାସେବୀ ଭାବେର ସମାଜକୁ ସେବା ଯୋଗାଇ ଦେଇପାରିବେ ବେଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ଏଥିପାଇଁ ଏକ ସଂକ୍ଷିପ୍ତ ସାର୍ଟିଫିକେଟ କୋର୍ସ ପ୍ରସ୍ତୁତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ ।

- Advertisement -

ଆଗାମୀ ଏକ ସପ୍ତାହ ମଧ୍ୟରେ ଗଞ୍ଜାମ, ବାଲେଶ୍ବର, କେନ୍ଦ୍ରାପଡ଼ା , ଭଦ୍ରକ, ଯାଜପୁର ଓ ବଲାଙ୍ଗୀର ଆଦି ଜିଲାମାନଙ୍କରେ କୋଭିଡ କେୟାର ସେଣ୍ଟରରେ ଶଯ୍ୟା ସଂଖା ବୃଦ୍ଧି ଉପରେ ବୈଠକରେ ଗୁରୁତ୍ବାରୋପ କରାଯାଇଥିଲା। ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳା, ପ୍ରସୂତୀ , ଶିଶୁ , ଭିନ୍ନକ୍ଷମ ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମନରେଗା ଏବଂ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରିବା ସହ ଜୀବନ ଜୀବିକା ଏବଂ ଅର୍ଥନୈତିକ ପୁନରୁଦ୍ଧାର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ । ବିଭିନ୍ନ ବିଭାଗ ଗୁଡ଼ିକ ଯେପରି ଅଧିକରୁ ଅଧିକ ଲୋକଙ୍କୁ କାମ ଯୋଗାଇ ଦେଇପାରିବେ, ସେଥିପାଇଁ ଯାଜନା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଗ୍ରାମ୍ୟ ଅର୍ଥନୀତିକୁ ଅଧିକ ସଶକ୍ତ କରିବା ପାଇଁ ଅଧିକ ପାଣ୍ଠି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀ ମାନ ପାଇଁ ପିପିଇ ଏବଂ ଅନ୍ୟ ମେଡିକାଲ ଉପକରଣ ଯୋଗାଣ ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

କୃଷି ଅର୍ଥନୀତିକୁ ଅଧିକ ସଦୃଢ କରିବା ପାଇଁ ରାଜ୍ୟ ସରକାର ଖୁବ ଶୀଘ୍ର ୩ଟି ଅଧ୍ୟାଦେଶ ଆଣିବେ ବୋଲି ବୈଠକରୁ ଜଣାଯାଇଛି। ବର୍ତ୍ତମାନ ରବି ଧାନ ଅମଳ କାର୍ଯ୍ୟକ୍ରମକୁ ମଧ୍ୟ ଆରମ୍ଭ ହୋଇସାରିଛି। ସାର, ବିହନ ଏବଂ ଅନ୍ୟାନ୍ୟ ଜରୁରୀ କୃଷି ଉପକରଣ ଯୋଗାଣ ଆରମ୍ଭ କରାଯାଇଛି। ଚାଷୀ ମାନଙ୍କ ପାଇଁ ହେଲ୍ପ ଲାଇଲ ନମ୍ବର ମଧ୍ୟ କାର୍ଯ୍ୟ କରୁଛି ।  ମତ୍ସ୍ୟ ଚାଷ , କୁକୁଡା ଚାଷ, ଉଦ୍ୟାନ କୃଷି, ଗୋପାଳନ ଆଦି କାର୍ଯ୍ୟକ୍ରମକୁ ମଧ୍ୟ ସନ୍ତୋଷଜନକ ରହିଛି। ସୟଂ ସହାୟକ ଗୋଷ୍ଠୀମାନେ କୋଭିଡ ପରିଚାଳନାରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ଦେଇଛନ୍ତି ବୋଲି ମିଶନ ଶକ୍ତିର ନିର୍ଦେଶକ ସୂଚନା ଦେଇଥିଲେ । ମିଶନ ଶକ୍ତିର ମହିଳାମାନେ ୫୦ ଲକ୍ଷରୁ ଅଧିକ ମାସ୍କ ପ୍ରସ୍ତୁତ କରିଥିବାବେଳେ ସେଥିରୁ ୪୬ ଲକ୍ଷରୁ ଅଧିକ ମାସ୍କ ବଣ୍ଟନ କରାଯାଇଛି । ସେହିପରି ମାଗଣା ରାନ୍ଧା ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମକୁ ଉଲ୍ଲେଖନୀୟ ଯୋଗଦାନ ଦେଇ ୧.୬ କୋଟି ମିଲ୍ ଯୋଗାଇଛନ୍ତି। ଏହାସହିତ ସେମାନେ ହସ୍ପିଟାଲ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମକୁ, ମାଛ ଚାଷ , କୃଷି, ପରିବାର ଗୁଡିକ ସିଧାସଳଖ ରାସନ ଯୋଗାଣ ଆଦି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ସୟଂ ସହାୟକ ଗୋଷ୍ଠୀ ମାନଙ୍କୁ ୩୦୦ କୋଟି ଟଙ୍କାର ସୁଧମୁକ୍ତ ଋଣ ଦିଆଯଇଛି ବୋଲି ଏହି ବୈଠକରେ ସୂଚନା ଦିଆଯାଇଥିଲା ।

ଲକଡାଉନ ସମୟେର ଆଇନଶୃଙ୍ଖଳା ବଜାୟ ରଖିବା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି ଏବଂ ନିୟମଭଙ୍ଗକାରୀ ମାନଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ପୁଲିସ ମହନିର୍ଦ୍ଦେଶକ ସୂଚନା ଦେଇଥିଲେ । ଏହି ବୈଠକେର ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା , ବିଭିନ୍ନ ବିଭାଗ ଦାୟିତ୍ବରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବମାନେ, ପୁଲିସ ମହାନିର୍ଦ୍ଦେଶକ ଓ ପ୍ରମୁଖ ଶାସନ ସଚିବମାନେ ଉପସ୍ଥିତ ଥିଲେ ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories