ଗୁରୁବାର ରାଶିଫଳ

0

ମେଷ: ମନୋବଳ ଦୃଢ଼ ରହିବ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ଶରୀର ସୁସ୍ଥ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ସାମାଜିକ ସମ୍ମାନ ଲାଭ କରିବେ।

ବୃଷ: ଦେବଦେବ ମହାଦେବଙ୍କ ଦର୍ଶନ ମଙ୍ଗଳଦାୟକ ହେବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ।

ମିଥୁନ: ମାନ-ମର୍ଯ୍ୟାଦା ବୃଦ୍ଧି ହୋଇପାରେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକୁ ତ୍ୱରାନ୍ୱିତ କରିବେ। ବୁଦ୍ଧିମାନ ହେବେ।

କର୍କଟ: ଆନନ୍ଦ ଅନୁଭବ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ।

ସିଂହ: ଆପଣଙ୍କ ବିରୁଦ୍ଧରେ ଷଢ଼ଯନ୍ତ୍ର ଘଟିପାରେ। ପରମ ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ଲାଭ କରିବାର ସୂଚନା ମିଳୁଛି।

କନ୍ୟା: ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। ବଳଶାଳୀ ହେବେ। ରଣକ୍ଷେତ୍ରରେ ପାରଙ୍ଗମ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନ ମିଳିପାରେ।

ତୁଳା: ଧୈର୍ଯ୍ୟର ସହ କାର୍ଯ୍ୟ ସମ୍ପାଦନ କରିବେ। ଚଞ୍ଚଳ ସ୍ୱଭାବର ହୋଇପାରନ୍ତି। ଏକାନ୍ତ ପ୍ରିୟ ହେବେ। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ରାଜଯୋଗ ଅଛି। ଧାର୍ମିକ ପ୍ରବୃତ୍ତିର ହେବେ। ଖର୍ଚ୍ଚାନ୍ତ ହେବେ। ସାହସୀ ଜ୍ଞାନୀ ହୋଇପାରନ୍ତି।

ବିଛା: ମନ ପ୍ରସନ୍ନ ରହିବ। ଯଶସ୍ୱୀ ହେବେ। ଲୋକପ୍ରିୟତା ବୃଦ୍ଧି ହେବ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବିଭିନ୍ନ ସୂତ୍ରରୁ ଧନଲାଭ ହେବ। ତନ୍ତ୍ର-ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। କରିତ୍‍କର୍ମା ହେବେ।

ଧନୁ: କାର୍ଯ୍ୟରେ ସଫଳତା ଲାଭ କରିବେ। ପରିବାରରେ ଅଗ୍ରଣୀ ଭୂମିକା ଗ୍ରହଣ କରିବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଶରୀର ସୁସ୍ଥ ରହିବ। ଯଶସ୍ୱୀ ହେବେ। ପାରିବାରିକ ସୁଖ ମିଳିବ।

ମକର: ସମସ୍ୟା ସମାଧାନ ପାଇଁ ଚେଷ୍ଟା କରି ସଫଳତା ଲାଭ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବହୁ ସୁଖର ଅଧିକାରୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।

କୁମ୍ଭ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ଭାଗ ବ୍ୟବସାୟ ଲାଭଜନକ ହେବ। ସର୍ଦି ଓ କଫରେ ପୀଡ଼ିତ ହୋଇପାରନ୍ତି। ଉପଯୁକ୍ତ କର୍ମାନୁରକ୍ତ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ।

ମୀନ: ବନ୍ଧୁଙ୍କ ସହିତ ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ କଥାରେ ପରିଚାଳିତ ହେବେ। ସୁଖ ମିଳିପାରେ।

Leave A Reply