www.samajalive.in
Saturday, December 13, 2025
21.1 C
Bhubaneswar

ମଙ୍ଗଳ ସମ୍ପ୍ରସାରଣ ଅଧିକାରିଣୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଠାକୁରମୁଣ୍ଡା : ମୟୁରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅନ୍ତର୍ଗତ ଯଶିପୁର ବ୍ଲକର ମଙ୍ଗଳ ସମ୍ପ୍ରସାରଣ ଅଧିକାରିଣୀ ପଦ୍ମଜା ଜେନା ଆତ୍ମହତ୍ୟା କରିଥିବା ଜଣାପଡିଛି। ବ୍ଳକର ଅନତି ଦୂରରେ ଥିବା ଧୋବାଡିହା ଠାରେ ଏକ ଭଡା ଘରେ ପ୍ୟାନରେ ନିଜ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ସେ ବ୍ଲକର କରୋନା ରୋଗୀଙ୍କ ଚିହ୍ନଟ ଦାୟିତ୍ୱ ସହିତ ବ୍ଳକର ସମସ୍ତ ସଂଗରୋଧ ଗୃହର ଦାୟିତ୍ୱ ମଧ୍ୟ ବହନ କରୁଥିଲେ। ତେବେ କାହିଁକି କୋଉ ପରିସ୍ଥିତିରେ ଆଜି ଆତ୍ମହତ୍ୟା କରିଛନ୍ତି ତାହା ରହସ୍ୟ ଘେରରେ ରହିଛି। ତେବେ ଯଶିପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ଆତ୍ମହତ୍ୟା ନା ହତ୍ୟା କରାଯାଇ ଆତ୍ମହତ୍ୟାର ରୂପ ଦିଆଯାଇଛି ତାହା ସ୍ପଷ୍ଟ ହେବ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories