www.samajalive.in
Saturday, December 13, 2025
21.1 C
Bhubaneswar

କରୋନା ମୁକାବିଲା ପାଇଁ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ ସଶକ୍ତ କରିବାକୁ ପଡ଼ିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ-୧୯ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ। ବର୍ତ୍ତମାନ ପ୍ରବାସୀ ଓଡ଼ିଆମାନେ ବହୁ ସଂଖ୍ୟାରେ ଓଡ଼ିଶାକୁ ଫେରୁଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିର୍ମିତ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରଗୁଡ଼ିକର ଉପଯୁକ୍ତ ପରିଚାଳନା ଏବଂ ଲୋକମାନଙ୍କୁ ରୋଜଗାର ଯୋଗାଇ ଦେଇ ଅର୍ଥନୀତିକୁ ଚଳଚଞ୍ଚଳ କରିବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏଥିପାଇଁ ମାନବିକତା ଏବଂ ବୃତ୍ତିଗତ ଦକ୍ଷତା ସହ ଏହି କଠିନ ପରିସ୍ଥିତିର ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହା ଏକ ଲମ୍ବା ଯୁଦ୍ଧ। ତେଣୁ କୋଭିଡ ମୁକାବିଲାରେ ସମାଜର ସକ୍ରିୟ ଅଂଶଗ୍ରହଣ ସହିତ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ ବର୍ତ୍ତମାନ ପରିସ୍ଥିତିରେ ଅଧିକ ସଶକ୍ତ କରାଯିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବବୃନ୍ଦ, ପୁଲିସ ମହାନିର୍ଦ୍ଦେଶକ, ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories