www.samajalive.in
Sunday, December 7, 2025
16.1 C
Bhubaneswar

୩ ଲକ୍ଷ କୋଟି ଟଙ୍କାର ବନ୍ଧକବିହୀନ ଋଣ ବ୍ୟବସ୍ଥା ଦେଶର ଅର୍ଥନୀତିକୁ ମଜବୁତ କରିବ- ଧର୍ମେନ୍ଦ୍ର

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା ଏବଂ ବୁଧବାର ଦେଶବାସୀଙ୍କୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏହାର ବିସ୍ତୁତ ବିବରଣୀ ପ୍ରଦାନ କରିବାକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭାରତ ଆତ୍ମନିର୍ଭରଶୀଳ ହେବା ଦିଗରେ ଏହା ବଡ ପଦକ୍ଷେପ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। କରୋନା ମହାମାରୀ ସମୟରେ ଏଭଳି ପଦକ୍ଷେପ ପାଇଁ ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ଅର୍ଥମନ୍ତ୍ରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେଶବାସୀଙ୍କ ଆବଶ୍ୟକତା ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ଏମଏସଏମଇ କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଏହା ଦ୍ୱାରା ଦେଶର ଅର୍ଥନୀତି ମଜବୁତ ହେବ।

ଏମଏସଏମଇ ପାଇଁ ୩ ଲକ୍ଷ କୋଟି ଟଙ୍କାର ବନ୍ଧକବିହୀନ ଋଣର ବ୍ୟବସ୍ଥା ହୋଇଛି। ଏମଏସଏମଇକୁ ବିସ୍ତାର କରିବା ପାଇଁ ୫୦ ହଜାର କୋଟି ଘୋଷଣା କରିଛନ୍ତି। ଏମଏସଏମଇ ପାଇଁ ୧୦ ହଜାର କୋଟିର ‘ଫଣ୍ଡସ୍‍ ଅଫ୍‍ ଫଣ୍ଡ’ର ବ୍ୟବସ୍ଥା କରିଛନ୍ତି। ଏହି ସବୁ ବ୍ୟବସ୍ଥା ଦେଶର ଅର୍ଥନୀତିକୁ ବଢାଇବା ସହ ଆତ୍ମନିର୍ଭର କରିବା ଦିଗରେ ବଡ ଭୂମିକା ନେବ। ଘରୋଇ କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀ ଓ ସେମାନଙ୍କ ନିଯୁକ୍ତିଦାତାଙ୍କ ପାଇଁ ୨୫୦୦ କୋଟିର ଇପିଏଫ ସହଯୋଗ ଦିଆଯାଇଛି। ଏହା ଦ୍ୱାରା ପ୍ରାୟ ୩.୬୭ ଲକ୍ଷ ପ୍ରତିଷ୍ଠାନ ଏବଂ ୭୨.୨୨ ଲକ୍ଷ କର୍ମଚାରୀ ଲାଭବାନ ହେବେ। ଏହାବ୍ୟତୀତ ବିଶେଷଭାବରେ ବଡ ବଡ ପଦକ୍ଷେପ ଯଥା ବ୍ୟବସାୟକୁ ବଢାଇବା ପାଇଁ ମଧ୍ୟ ଗୁରୁତ୍ୱ ଦିଆଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଦାୟିତ୍ୱପୂର୍ଣ୍ଣ ସରକାରର ଉଦାହରଣ ସୃଷ୍ଟି କରିଛନ୍ତି। ଏହି ଐତିହାସିକ ପଦକ୍ଷେପ କରୋନା ପରବର୍ତୀ ଭାରତର ବିକାଶକୁ ପ୍ରତ୍ସାହନ ଦେବ ଏବଂ ଏକ ଶକ୍ତିଶାଳୀ, ସ୍ଥିର ତଥା ପ୍ରଗତିଶୀଳ ଭାରତ ଗଠନ କରିବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories