www.samajalive.in
Saturday, December 13, 2025
23.1 C
Bhubaneswar

ଅର୍ଥନୀତିକୁ ଗତିଶୀଳ, ସଠିକ୍ ପରିଚାଳନା ନିମନ୍ତେ କାର୍ଯ୍ୟ କରିବ ରାଜ୍ୟ ଯୋଜନା ବୋର୍ଡ଼

ଭୁବନେଶ୍ୱର : ରାଜ୍ୟ ଅର୍ଥନୀତିକୁ ଗତିଶୀଳ କରିବା ନିମନ୍ତେ  ଗୁରୁବାର  ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ରାଜ୍ୟ ସରକାର କରୋନା ମାହାମାରୀର ମୁକାବିଲା କରୁଥିବାବେଳେ ରାଜ୍ୟର ଅର୍ଥନୀତିକୁ ଗତିଶୀଳ କରିବା ନିମନ୍ତେ ଚାରୋଟି କ୍ଷେତ୍ର ଉପରେ ବିସ୍ତୃତ ତର୍ଜମା କରି ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ବୈଜ୍ଞାନିକ, ସାମାଜିକ କର୍ମୀ, ଅର୍ଥନୀତିଜ୍ଞ ଏବଂ ଉଚ୍ଚ ପଦାଧିକାରୀଙ୍କ ମତାମତକୁ ନେଇ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସମୂହ, ଜନସ୍ୱାସ୍ଥ୍ୟ, ପର୍ଯ୍ୟଟନ ଶିଳ୍ପ ଓ ଅନ୍ୟାନ୍ୟ କ୍ଷେତ୍ର ସମ୍ପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏହି ରିପୋର୍ଟ ସରକାରଙ୍କୁ ପ୍ରଦାନ କରିବା ପୂର୍ବରୁ ସମସ୍ତ ସଂପୃକ୍ତ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ସହିତ ବ୍ୟାପକ ବିଚାର ବିମର୍ଶ କରାଯିବ। ରାଜ୍ୟ ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ର ନୋଡାଲ୍‌ ଏଜେନ୍ସି ଭାବେ ଦାୟିତ୍ୱ ନିର୍ବାହ କରିବା ପାଇଁ ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏହି ସମସ୍ତ କ୍ଷେତ୍ରକୁ କିପରି ସଠିକ୍‌ ପରିଚାଳନା ଓ ମାର୍ଗଦର୍ଶନ କରାଯିବ ତା’ଉପରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସ ବର୍ମା ଗୁରୁତ୍ୱାରୋପ କରିଛନ୍ତି । ବିଭିନ୍ନ ପର୍ଯ୍ୟାୟର ଆଲୋଚନା ପରେ ଚୂଡ଼ାନ୍ତ ରିପୋର୍ଟ ରାଜ୍ୟ ଯୋଜନା ବୋର୍ଡର ଅଧ୍ୟକ୍ଷ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିବେ।  ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀ, ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀଜିତ ମିଶ୍ର, ଯୋଜନା ଓ ସଂଯୋଜନ ବିଭାଗର ଅନୁଶାସନ ସଚିବ  ଅଭୟ କୁମାର ମହାନ୍ତି ପ୍ରମୁଖ ଭାଗ ନେଇଥିଲେ ।

- Advertisement -

 

 

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories