www.samajalive.in
Saturday, December 13, 2025
21.1 C
Bhubaneswar

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା : ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉତ୍ତର ଆଭ୍ୟନ୍ତର ଠାରୁ ଆରମ୍ଭ କରି ଦକ୍ଷିଣ ଆଭ୍ୟନ୍ତର ଅଞ୍ଚଳରେ ଥିବା ପାଖାପାଖି ୧୫ଟି ଜିଲ୍ଲାରେ ହେବ କାଳବୈଶାଖୀ। ଘୂର୍ଣ୍ଣିଝଡ଼ ହେବା ସହ ଘଡ଼ଘଡ଼ି ଏବଂ କୁଆପଥର ବର୍ଷା ସମ୍ଭାବନା ରହିଛି। ତେବେ, ଏଥିମଧ୍ୟରୁ ୭ଟି ଜିଲ୍ଲାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ପ୍ରଭାବ ଅଧିକ ଦେଖିବାକୁ ମିଳିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ପାଣିପାଗ ବିଭାଗର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୭ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ନୂଆପଡ଼ା, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବା ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷାର ସମ୍ଭାବନା ରହିଛି।

- Advertisement -

ତେବେ, ବିଶେଷ ଭାବେ ଏହି ସମୟ ମଧ୍ୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରମୁଖ ୭ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି। ସେଥିପାଇଁ ଆଗାମୀ ୨୪ ଘଣ୍ଟା ପର୍ୟ୍ୟନ୍ତ ଉପରୋକ୍ତ ୧୦ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories