www.samajalive.in
Friday, December 12, 2025
27.1 C
Bhubaneswar

ସୁକତେଲ ସେତୁ ଭୁଷୁଡି ୨ ମୃତ ଘଟଣା : ନିର୍ମାଣକାରୀ ଠିକା ସଂସ୍ଥାକୁ କଳା ତାଲିକାଭୁକ୍ତ କଲା ପ୍ରଶାସନ

ପାଟଣାଗଡ : ସୁକତେଲ ସେତୁ ଭୁଷୁଡି ୨ ମୃତ ଘଟଣାରେ ନିର୍ମାଣକାରୀ ଠିକା ସଂସ୍ଥା ରାମକୁମାର କନଷ୍ଟ୍ରକସନ ପ୍ରାଇଭେଟ ଲିମିଟେଡକୁ କଳା ତାଲିକାଭୁକ୍ତ କରିଛି ପ୍ରଶାସନ । ଏପ୍ରିଲ୍‌ ୨୯ ତାରିଖରେ ଏହି ପୋଲ ଭୁଶୁଡ଼ିବା ଯୋଗୁ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ନିମ୍ନମାନର କାମ ଯୋଗୁଁ ପୋଲ ଭାଙ୍ଗି ଯାଇଥିବା ଅଭିଯୋଗ ହେବା ପରେ ପୁଲିସ୍‌ ଓ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଥିଲା । ଏହି ଘଟଣାର ପୂର୍ବରୁ ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ଏବେ ସମ୍ପୃକ୍ତ ଠିକା ସଂସ୍ଥାକୁ କଳା ତାଲିକାଭୁକ୍ତ କରାଯାଇଛି। ପାଟଣାଗଡ଼ ପୁଲିସ୍‌ ଠିକା କମ୍ପାନୀର ଜଣେ କର୍ମଚାରୀଙ୍କୁ ପୂର୍ବରୁ ଗିରଫ କରି କୋର୍ଟଚାଲାଣ କରିଥିବା ବେଳେ ସେ ଏବେ ଜାମିନ୍‌ରେ ଅଛନ୍ତି । କିନ୍ତୁ ବର୍ତ୍ତମାନ ସୁଦ୍ଧା ଠିକା କମ୍ପାନୀ ରାମକୁମାର କନଷ୍ଟ୍ରକସନ ପ୍ରାଇଭେଟ ଲିମିଟେଡର ମାଲିକ ସଞ୍ଜୟ ଅଗ୍ରୱାଲ ଫେରାର ଥିବା ଜଣାଯାଇଛି।

ସୂଚନାଯୋଗ୍ୟ ଗତ ୨୯ ତାରିଖରେ ମରାମତି କାମ ଚାଲିଥିବା‌ ବ୍ରିଜଟି ଭୁଶୁଡ଼ି ପଡ଼ିବାରୁ ଘଟଣାସ୍ଥଳରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ଘଟଣାସ୍ଥଳରେ ଉତ୍ତରାଞ୍ଚଳ ଡି.ଆଇ.ଜି ହିମାଂଶୁ ଲାଲ, ଗ୍ରାମ୍ୟ ନିର୍ମାଣ ବିଭାଗର ମୁଖ୍ୟ ଯନ୍ତ୍ରୀ ପ୍ରମୁଖ ପହଞ୍ଚି ତଦନ୍ତ କରିଥିଲେ । ଉକ୍ତ ସମୟରେ ଠିକା ସଂସ୍ଥାର ଜଣେ କର୍ମଚାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା ପାଟଣାଗଡ ପୁଲିସ୍‌।

- Advertisement -

 

Hot this week

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

Related Articles

Popular Categories