www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟ ସରକାରଙ୍କ କରୋନା ତଥ୍ୟ: ପଞ୍ଚାୟତରେ ୧୪,୭୯୫ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର, ୬,୨୮,୬୮୬ ଶଯ୍ୟା

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରାନ୍ତ ତଥ୍ୟ ଦେଇଛନ୍ତି ସରକାର । କୋବିଦ-୧୯ ମୁଖପାତ୍ର ସୁବ୍ରତ ବାଗଚୀ ଏ ସମ୍ପର୍କରେ ଗଣମାଧ୍ୟମ ନିକଟରେ ତଥ୍ୟ ରଖିଛନ୍ତି । ଶ୍ରୀ ବାଗଚୀଙ୍କ ସୂଚନାନୁସାରେ କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୪,୭୯୫ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୬,୨୮,୬୮୬ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଆଜି ରାଜ୍ୟର ୪୭୨୧ ଗ୍ରାମ ପଞ୍ଚାୟତରେ ୩,୨୧,୦୮୭ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ୧୧୪ ଟି ପୌରାଞ୍ଚଳରେ ୩୧,୨୫୦ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି।

ପ୍ରବାସୀ ଓଡ଼ିଆଙ୍କ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମିଳୁଛି ଅର୍ଥ
ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବାସୀ ଶ୍ରମିକମାନଙ୍କୁ ରାଜ୍ୟର ବିଭିନ୍ନ ସୀମା ଚେକ୍‌ ପଏଣ୍ଟରୁ ସେମାନଙ୍କ ରାଜ୍ୟ ସୀମା ନିକଟସ୍ଥ ଥିବା ଓଡ଼ିଶାର ସୀମା ଚେକ୍‌ ପଏଣ୍ଟଠାରେ ବସ୍‌ ଯୋଗେ ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି । ସେମାନଙ୍କର ବସ୍‌ ଖର୍ଚ୍ଚ, ଖାଇବା ଆଦିର ବ୍ୟବସ୍ଥା ସରକାର ବହନ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ପ୍ରବାସୀମାନଙ୍କ ପାଇଁ ହେଉଥିବା ସମସ୍ତ ବ୍ୟବସ୍ଥା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଅର୍ଥରାଶି ପ୍ରଦାନ କରାଯାଉଛି।

- Advertisement -

ଆଜି ଓଡ଼ିଶା ଫେରିଛନ୍ତି ୧୫,୩୬୦ ଜଣ ପ୍ରବାସୀ

ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଲୋକମାନେ ଦୈନିକ ଓଡ଼ିଶା ଫେରୁଛନ୍ତି । ଆଜି ୧୫,୩୬୦ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତି । ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୧,୧୫,୩୯୦ ଜଣ ଫେରିଛନ୍ତି। ସେମାନେ ବସ୍‌, ଟ୍ରେନ୍‌ ଓ ଅନ୍ୟ ଯାନବାହନରେ ଆସିଛନ୍ତି ବୋଲି ଶ୍ରୀ ବାଗଚୀ କହିଛନ୍ତି

କୋଭିଡ୍‌ ନିୟମ ଉଲଙ୍ଘନ: ୨୪ଘଣ୍ଟାରେ ୧୨ ମାମଲା, ୩୦ ଗିରଫ
ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ମଇ ୧୪ରୁ ମଇ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୨ଟି ମାମଲା ଦାୟର କରାଯାଇଛି । ସେଥିରୁ ୧୦ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ  । ବିଭିନ୍ନ ଅଭିଯୋଗରେ ୩୦ ଜଣଙ୍କୁ ଗିରଫ କରାଯାଇଛି ।

 ୮୧୯୧୯ଟି ନମୁନା; ପଜିଟିଭ୍‌ ୬୭୨ ଓ ସୁସ୍ଥ ୧୬୬
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮୧,୯୧୯ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୬୭୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୬୬ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୩ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୫୦୩ ରହିଛି । ୬୩୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ଜଣେ କଣ୍ଟ୍ରାକ୍ଟ ଟ୍ରେସିଂରୁ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମ ଜିଲା କୋଭିଡ୍‌ କେୟାର ସେଣ୍ଟର ପରିଦର୍ଶନ କଲେ ଉନ୍ନୟନ କମିଶନର ଓ ୫ଟି ସଚିବ

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି.କେ.ପାଣ୍ଡିଆନ୍‌ ଆଜି ଗଞ୍ଜାମ, ଗଜପତି ଏବଂ ରାୟଗଡ଼ା ଜିଲ୍ଲା ଗସ୍ତ କରିଛନ୍ତି। ଏହିସବୁ ଜିଲ୍ଲାଗୁଡ଼ିକରେ କୋଭିଡ୍‌ ହସ୍‌ପିଟାଲ୍‌ ଏବଂ କୋଭିଡ୍‌ କେୟାର ସେଣ୍ଟରଗୁଡ଼ିକର ପରିଚାଳନା, ସଂକ୍ରମଣ ପ୍ରତିରୋଧ ପଦକ୍ଷେପ, କୃଷି ଓ ଜୀବିକା କାର୍ଯ୍ୟକ୍ରମକୁ ପୁନଃକି୍ରୟାଶୀଳ କରିବା, ଆଇନଶୃଙ୍ଖଳା ପରିସ୍ଥିତି ଏବଂ ପ୍ରବାସୀ ଶ୍ରମିକମାନଙ୍କ ପାଇଁ ହୋଇଥିବା ବିଭିନ୍ନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories