www.samajalive.in
Saturday, December 13, 2025
26.1 C
Bhubaneswar

ଖୁସି ଖବର : ସୁସ୍ଥ ହେଲେ ଆଉ ୩୦ ଆକ୍ରାନ୍ତ, ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୯୬

ଭୁବନେଶ୍ଵର : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦ ଜଣ କୋରୋନା ଆକ୍ରାନ୍ତ ରୋଗୀ । ସୁସ୍ଥ ହୋଇଥିବା ୩୦ ଜଣ ରୋଗୀଙ୍କୁ ଗତକାଲି ସେମାନଙ୍କ ଘରକୁ ଡିସଚାର୍ଜ କରିଦିଆଯାଇଛି । ସୁସ୍ଥ ହୋଇଥିବା ଏହି ୩୦ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୨୮, କଟକ ଜିଲ୍ଲାର ଓ ବାଲେଶ୍ୱର ଜିଲ୍ଲାର ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏହି ୩୦ ଜଣ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୩୭ ଜଣ କରୋନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ​ ବେଳେ ୧୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୫୩୮ ଜଣ ଆକ୍ରାନ୍ତ ବର୍ତ୍ତମାନ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories