www.samajalive.in
Sunday, December 7, 2025
26.1 C
Bhubaneswar

କୋଭିଡ୍‌-୧୯ ମାର୍ଗଦର୍ଶିକା ଉଲଙ୍ଘନ: ୨୪ଘଣ୍ଟାରେ ୧୫ ମାମଲା, ୪୭ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲଙ୍ଘନ କରିଥିବା ଅଭିଯୋଗରେ ମଇ ୧୬ରୁ ମଇ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୫ଟି ମାମଲା ଦାୟର କରାଯାଇଛି। ସେଥିରୁ ୧୦ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୪ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲଙ୍ଘନ ପାଇଁ ଏବଂ ୧ଟି ଗୁଜବ ପ୍ରଚାର ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୪୭ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 ଚିକିତ୍ସା ପାଇଁ ୬,୭୯୮ ଗ୍ରାମ ପଞ୍ଚାୟତରେ ୧୫, ୬୧୩ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର
କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୫,୬୧୩ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୬,୮୦,୧୧୩ ଶଯ୍ୟାର ବ୍ୟବସ୍ଥା କରାଯାଇଛି। କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପ୍ରଦାନ ପାଇଁ ଏହି ଅସ୍ଥାୟୀ ଚିକିତ୍ସା ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ବ୍ୟବସ୍ଥା ରହିଛି।
ଆଜି ରାଜ୍ୟର ୪୭୦୦ ଗ୍ରାମ ପଞ୍ଚାୟତରେ ୩,୨୯,୦୬୪ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ୧୧୪ ଟି ପୌରାଞ୍ଚଳରେ ୨୮,୬୨୦ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି ।

- Advertisement -

କୋଭିଡ୍‌-୧୯: ମଧ୍ୟରାତ୍ରୀ ସୁଦ୍ଧା ୯୧,୨୨୩ ନମୁନା ପରୀକ୍ଷଣ; ମୋଟ ପଜିଟିଭ୍ ୮୨୮
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୯୧,୨୨୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୮୨୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨୨୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬୦୪ ରହିଛି। ୭୫୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories